ଆଜି ପବିତ୍ର ସୁନିଆଁ ଉତ୍ସବ: ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ୬୫ ଅଙ୍କ ଆରମ୍ଭ

122

କନକ ବ୍ୟୁରୋ: ଆଜି ହେଉଛି ପବିତ୍ର ସୁନିଆଁ ଉତ୍ସବ । ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ୬୫ ଅଙ୍କ ଆରମ୍ଭ ହୋଇଛି । ଗଜପତିଙ୍କ ଶ୍ରୀନଅରରେ ପାଳିତ ହୋଇଛି ସୁନିଆଁ ଉତ୍ସବ । ସୁନିଆଁ ଅବସରରେ ଶ୍ରୀନଅରରେ ଥିବା କନକ ଦୁର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରିଛନ୍ତି ଗଜପତି । କନକଦୁର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ, ନୃସିଂହଙ୍କୁ ପୂଜାର୍ଚ୍ଚନା କରିଛନ୍ତି ଗଜପତି ମହାରାଜ । ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ । ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନଅରରେ ସୁନିଆଁର ବିଶେଷ ପର୍ବ ଆରମ୍ଭ ହୋଇଛି । ଗଜପତିଙ୍କ ଉପସ୍ଥିତିରେ ଶ୍ରୀନଅରରେ ଅଙ୍କକଟା ନୀତି ସମ୍ପାଦନ ହୋଇଛି । ଏହି ଅବସରରେ ଶ୍ରୀନଅର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସୂର୍ଣ୍ଣମୁଦ୍ରା ପ୍ରଚଳନ କରାଯାଇଛି ।