ଆଜି ଶ୍ରାବଣର ପ୍ରଥମ ସୋମବାର ; ଜଳାଭିଷେକ ପାଇଁ ପ୍ରତି ଶୈବପୀଠରେ କାଉଡିଆଙ୍କ ଭିଡ 

Advertisment
ଆଜି ଶ୍ରାବଣର ପ୍ରଥମ ସୋମବାର ; ଜଳାଭିଷେକ ପାଇଁ ପ୍ରତି ଶୈବପୀଠରେ କାଉଡିଆଙ୍କ ଭିଡ 

କନକ ବ୍ୟୁରୋ: ଆଜି ଶ୍ରାବଣ ମାସର ପ୍ରଥମ ସୋମବାର । ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଛି । ଦୂର ଦୂରାନ୍ତରୁ ପାଣି ଆଣି ଆସୁଥିବା କାଉଡିଆ ତଥା ଶିବ ଭକ୍ତଙ୍କ ଲମ୍ୱାଧାଡି ବିଭିନ୍ନ ଶୈବପୀଠକୁ ଲମ୍ୱିଛି । ଅନେକ ଶ୍ରଦ୍ଧାଳୁ ମାଇଲ ମାଇଲ ବାଟ ଚାଲି ପାଣି ଭାର ଉଠାଇ ଶିବଙ୍କୁ ଜଳ ଲାଗି କରିବାକୁ ବାହାରିଛନ୍ତି ।

ଶ୍ରାବଣ ମାସରେ ଦେବ ଦେବ ମହାଦେବଙ୍କୁ ଜଳ ଲାଗି କଲେ ମାନସିକ ପୂରଣ ହୁଏ ବୋଲି ବିଶ୍ୱାସ ରହିଛି । ସେଥିପାଇଁ ମାସକ ପୂର୍ବରୁ ଜଳ ଲାଗି କରିବାକୁ ଯାଉଥିବା କାଉଡିଆ ରୀତିନୀତି ପାଳନ କରି ନିଷ୍ଠାର ସହ ଜୀବନଯାପନ କରିଥାନ୍ତି । ଶ୍ରାବଣ ମାସସାରା ପ୍ରତିଟି ସୋମବାର ବିଭିନ୍ନ ନଦୀରୁ ଜଳ ସଂଗ୍ରହ କରି ଖାଲିପାଦରେ ବାହୁଙ୍ଗା ବୋହି ପାଦରେ  ଚାଲି ଚାଲି ଶୈବପୀଠକୁ ଆଣି ମହାଦେବଙ୍କୁ ଜଳ ଲାଗି କରିଥାନ୍ତି ।

ଏଥିପାଇଁ ବିଭିନ୍ନ ନଦୀ ଘାଟ ଓ ତୀର୍ଥସ୍ଥଳୀ ଗୁଡିକରେ କଡା ସୁରକ୍ଷାର ବନ୍ଦୋବସ୍ତ କରାଯାଇଛି । ଅନ୍ୟପଟେ ଶୃଙ୍ଖଳିତ ଦର୍ଶନ ପାଇଁ ମଧ୍ୟ ଶୈବପୀଠ ଗୁଡିକରେ ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe