କନକ ବ୍ୟୁରୋ : ଆଜି ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ ବୈଠକ । ୨୦୨୦-୨୧ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍କୁ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ର ଅନୁମୋଦନ ମିଳିବ । ବିଧାନସଭାର ଆସନ୍ତା ଶୀତ ଅଧିବେଶନର ପ୍ରଥମ ଦିନ ଡିସେମ୍ବର ୧ ତାରିଖରେ ଏହି ଅତିରିକ୍ତ ବଜେଟ୍ ଉପସ୍ଥାପନ କରାଯିବ । ଏହା ବାଦ୍ କ୍ୟାବିନେଟ୍ରେ ଆଉ କିଛି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍ ପ୍ଲାଟ୍ଫର୍ମରେ ପ୍ରଥମେ ମନ୍ତ୍ରୀ ପରିଷଦ ଓ ପରେ କ୍ୟାବିନେଟ୍ ବୈଠକ ହେବ । ମନ୍ତ୍ରୀମାନେ ଲୋକସେବା ଭବନ କିମ୍ବା ଜିଲ୍ଲା ମୁଖ୍ୟାଳୟରୁ ଭିଡିଓ କନ୍ଫରେନ୍ସିଂ ଜରିଆରେ ବୈଠକରେ ଯୋଡ଼ି ହେବେ ।
ଆଜି ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକ : ୨୦୨୦-୨୧ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟକୁ ମିଳିବ ଅନୁମୋଦନ
/kanak/media/post_attachments/wp-content/uploads/2021/11/5-35.jpg)