ଆଜି ଉତ୍କଳ ଦିବସ । ୮୮ ବର୍ଷ ତଳେ ଓଡ଼ିଶାକୁ ମିଳିଥିଲା ଭାଷାଭିତ୍ତିିକ ରାଜ୍ୟ ମାନ୍ୟତା ।

418

କନକ ବ୍ୟୁରୋ: ଆଜି ଉତ୍କଳ ଦିବସ । ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଏହା ଗର୍ବ ଓ ଗୌରବର ଦିନ । ୧୯୩୬ ମସିହା, ଏପ୍ରିଲ ୧ ତାରିଖରେ ଓଡ଼ିଶାକୁ ମିଳିଥିଲା ଦେଶର ପ୍ରଥମ ଭାଷାଭିତିକ ରାଜ୍ୟ ମାନ୍ୟତା । ଏହାରି ଭିତରେ ୮୮ ବର୍ଷ ପୂର୍ଣ୍ଣ ହୋଇଛି । ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶାକୁ ମିଳିଥିବା ମାନ୍ୟତାକୁ ଅତ୍ୟନ୍ତ ଆନନ୍ଦ ଉଲ୍ଲାସ ସହ ଉକ୍ରଳ ଦିବସ ଭାବେ ପାଳନ କରାଯାଇଆସୁଛି ।

ଏହି ଦିନକୁ ସ୍ମରଣୀୟ କରିବା ପାଇଁ ଆଜି ରାଜ୍ୟବାସୀ ବେଶ୍ ଧୁମଧାମରେ ପାଳନ କରିବେ ଓଡ଼ିଶା ଦିବସ । ଉକ୍ରଳ ଦିବସ ପାଇଁ ରାଜଧାନୀର ପ୍ରମୁଖ ସରକାରୀ କାର୍ଯ୍ୟାଳୟକୁ ରଂଗୀନ ଆଲୋକମାଳାରେ ସଜ୍ଜିତ କରାଯାଇଛି । ବିଧାନସଭା, ଲୋକସେବା ଭବନ, ଖାରବେଳ ଭବନ, ନିର୍ମାଣ ସୌଧ, କମିସନରେଟ୍ ପୁଲିସ ମୁଖ୍ୟାଳୟ ରଙ୍ଗ ବେରଙ୍ଗ ଆଲୋକରେ ଝଲସି ଉଠିଛି । ସେହିପରି କୃଷି ଭବନ, ରିଜର୍ଭ ବ୍ୟାଙ୍କ ଓ ଏସ୍ବିଆଇ ମୁଖ୍ୟ କାର୍ଯ୍ୟାଳୟକୁ ମଧ୍ୟ ସଜା ଯାଇଛି ।