ଆଜି ଅଣସର ସେବାର ଅନ୍ୟତମ ପ୍ରମୁଖନୀତି : ଶ୍ରୀନଅରକୁ ରାଜପ୍ରସାଦ ନେବେ ସେବାୟତ

ଆଜି ଅଣସର ସେବାର ଅନ୍ୟତମ ପ୍ରମୁଖନୀତି : ଶ୍ରୀନଅରକୁ ରାଜପ୍ରସାଦ ନେବେ ସେବାୟତ

କନକ ବ୍ୟୁରୋ : ଆଜି ଦ୍ୱାଦଶୀ ତିଥିରେ ଶ୍ରୀଜିଉମାନଙ୍କର ଅନୁଷ୍ଠିତ ହେବ ରାଜପ୍ରସାଦ ବିଜେ ନୀତି । ସକାଳ ଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ବେହେରଣ ଦ୍ୱାର ଫିଟିବା ସହ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ରାଜପ୍ରସାଦ ବିଜେ କରାଯିବ । ଗତକାଲି ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ରକ୍ତ ବସ୍ତ୍ର ଲାଗି କରାଯାଇଥିବା ବେଳେ ଶ୍ରୀଜିଉଙ୍କୁ ଶ୍ରୀ ବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ଔଷଧ ଲାଗି କରାଯାଇଥିଲା । ମହାପ୍ରଭୁ ଆରୋଗ୍ୟ ଲାଭ କରିଥିବା ବେଳେ ଏହି ଖବର ଗଜପତି ମହାରାଜାଙ୍କୁ ସୂଚିତ କରାଇବା ନିମନ୍ତେ ଦଇତାପତି ଓ ବିଦ୍ୟାପତିମାନେ ଶ୍ରୀଜିଉଙ୍କ ପ୍ରସାଦ ରୂପେ କରାଳ, ଚନ୍ଦନ, ପାଟବସ୍ତ୍ରକୁ ନେଇ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ବିଜେ କରିବେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe