ଆଜିି ପ୍ରକାଶ ପାଇବ ଛାତ୍ର ଜୀବନର ସବୁଠୁ ବଡ଼ ପରୀକ୍ଷା ଫଳ  । ସକାଳ ୯ଟାରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ : ୧୧ଟାରେ ୱେବସାଇଟରେ ହେବ ଉପଲବ୍ଧ

Advertisment
ଆଜିି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ ଫଳାଫଳ । ଦିନ ସାଢେ ୧୧ଟାରେ ବୋର୍ଡର ୱେବସାଇଟ ଓ ଏସଏମଏସ ମାଧ୍ୟମରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ : ସମ୍ବାଦ ହେଲ୍ପ ଲାଇନ୍ ଜରିଆରେ ବି ଜାଣିପାରିବେ ଫଳାଫଳ
କନକ ବ୍ୟୁରୋ : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍, ମଧ୍ୟମା (ସଂସ୍କୃତ ଟୋଲ) ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଫଳ ଆଜିି ପ୍ରକାଶ ପାଇବ। କଟକସ୍ଥିତ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ସକାଳ ୯ଟାରେ ଗଣଶିକ୍ଷା ବିଭାଗ କମିସନର ପ୍ରଦୀପ ମହାପାତ୍ର ଓ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ରତ୍ନାକର ରାଉତ ପରୀକ୍ଷା ଫଳ ପୁସ୍ତିକାକୁ ଉନ୍ମୋଚନ କରିବେ। ଦିନ ୧୧ଟାରେ ପରୀକ୍ଷା ଫଳ ବୋର୍ଡ ୱେବସାଇଟ www.bseodisha.ac.in/www.bseodisha.nic.in ରେ ଉପଲବ୍ଧ ହେବ। ଯେଉଁ ଅଞ୍ଚଳରେ ଇଣ୍ଟରନେଟ୍ ସୁବିଧା ନାହିଁ, ସେଠାରେ ପିଲାମାନେ ମୋବାଇଲରେ OR10  ଟାଇପ୍ କରି ୫୬୭୬୭୫୦ ନମ୍ବରକୁ ଝଗଝ କଲେ ପରୀକ୍ଷା ଫଳ ଜାଣିପାରିବେ ବୋଲି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବୋର୍ଡ ସଭାପତି ଡକ୍ଟର ଜାହାନ୍ ଆରା ବେଗମ୍ ସୂଚନା ଦେଇଛନ୍ତି।

publive-image https://www.avenuemail.in

ତେବେ ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପରୀକ୍ଷା ଫଳ ସଂକ୍ରାନ୍ତୀୟ କୌଣସି ସୂଚନା ପାଇବା ବା ସନ୍ଦେହ ଦୂର ପାଇଁ ବୋର୍ଡ କେନ୍ଦ୍ରୀୟ କାର୍ଯ୍ୟାଳୟରେ ତ ଦିନ ଯାଏ କଣ୍ଟ୍ରୋଲ ରୁମ୍ ଖୋଲା ରହିବ। ସେମାନେ ବୋର୍ଡ କାର୍ଯ୍ୟାଳୟ ୦୬୭୧-୨୪୧୨୦୫୯/୦୬୭୧-୨୪୧୨୦୬୦ କୁ ଫୋନ କରି ପରୀକ୍ଷା ଫଳ ସଂକ୍ରାନ୍ତୀୟ ସମସ୍ତ ସୂଚନା ପାଇ ପାରିେବ। ତେବେ ସାମୁଦ୍ରିକ ବାତ୍ୟା ‘ଫନି’ ଯୋଗୁ ମାର୍କ ପ୍ରୋସେସିଂ ଫାର୍ମ ଓ କେନ୍ଦ୍ରୀୟ କାର୍ଯ୍ୟାଳୟରେ ୬ଦିନ ଯୋଗାଯୋଗ ବିଚ୍ଛିନ୍ନ ରହିବାରୁ ଫଳ ପ୍ରକାଶନରେ ବିଳମ୍ବ ହୋଇଥିବା ପରୀକ୍ଷା ନିୟନ୍ତ୍ରକ ଡକ୍ଟର ନିହାର ରଂଜନ ମହାନ୍ତି ସୂଚନା ଦେଇଛନ୍ତି। ସମ୍ମିଳନୀରେ ବୋର୍ଡ ସଂପାଦକ ରାମାଶିଷ ହାଜରା ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe