ଆଜି ପ୍ରକାଶ ପାଇବ ଯୁକ୍ତ ୨ କଳା ଫଳ । ଅପରାହ୍ଣ ୪ଟାରେ ଫଳ ପ୍ରକାଶ କରିବେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

132

କନକ ବ୍ୟୁରୋ : ଆଜି ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ । ଅପରାହ୍ନ ପ୍ରାୟ ୪ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଏହି ଫଳ ପ୍ରକାଶ କରିବେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଅନଲାଇନରେ ମଧ୍ୟ ପରୀକ୍ଷା ଫଳ ଉପଲବ୍ଧ ହେବ ।

ଡବ୍ଲୁଡବ୍ଲୁଡବ୍ଲୁ ଡଟ୍ ଓରିଶାରେଜଲ୍ଟସ୍ ଡଟ୍ ଏନଆଇସି ଡଟ୍ ଇନ୍ ୱେବସାଇଟରେ ଛାତ୍ରଛାତ୍ରୀ ରୋଲ୍ ନଂବର ଓ ଆବଶ୍ୟକ ତଥ୍ୟ ଦେଇ ପରୀକ୍ଷା ଫଳ ଜାଣିପାରିବେ । କଳାରେ ଚଳିତ ବର୍ଷ ୨ ଲକ୍ଷ ୨୭ ହଜାର ପରୀକ୍ଷା ଦେଇଥିଲେ । ଧନ୍ଦାମୂଳକ ଶିକ୍ଷାରେ ୮ ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।

Comments are closed.