ଆଜି ରାଉରକେଲା ଏନଆଇଟି ସମାବର୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଆସନ୍ତାକାଲି କୋଣାର୍କ ଓ ପୁରୀ ଗସ୍ତ କାର୍ଯ୍ୟକ୍ରମ 

71

କନକ ବ୍ୟୁରୋ : ଦୁଇ ଦିନିଆ ଗସ୍ତରେ ଓଡିଶା ଆସିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଆଜି ସକାଳ ୯ଟା ୪୫ ମିନିଟରେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଆସି ପହଚିଂବେ ରାଷ୍ଟ୍ରପତି । ସେଠାରୁ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ସକାଳ ୯ଟା ୫୫ରେ ରାଉରକେଲା ଅଭିମୁଖେ ଯାତ୍ରା କରିବେ । ଝାରସୁଗୁଡ଼ାରୁ ରାଉରକେଲା ରାଷ୍ଟ୍ରପତିଙ୍କୁ ନେବାକୁ ଥିବା ୩ଟି ହେଲିକପ୍ଟର ଝାରସୁଗୁଡ଼ା ବିମାନ ବନ୍ଦରରେ ଆସି ପହଂଚିି ସାରିଛି । 

ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୯ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି । ଅପରାହ୍ନରେ ରାଷ୍ଟ୍ରପତି ରାଉରକେଲାରୁ ଫେରିବା ଯାଏଁ ଜିଲ୍ଲା ପ୍ରଶାସନ, ପୁଲିସ ପ୍ରଶାସନ ଓ ଏୟାରପୋର୍ଟ ଅଥରିଟି ଅଫ ଇଣ୍ଡିଆ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଗତକାଲି ସଂଧ୍ୟାରେ ଭୁବନେଶ୍ୱରରେ ପହଂଚିଥିଲେ ରାଷ୍ଟ୍ରପତି । ତାଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦରରେ ପହଂଚିଥିଲେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ଏବଂ କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଉପସ୍ଥିତ ରହି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସ୍ୱାଗତ କରିଥିଲେ । ୨ଦିନିଆ ଓଡିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ରାଜଭବନରେ ରାତ୍ରୀ ଯାପନ କରିଥିଲେ । ସେପଟେ ଆସନ୍ତାକାଲି ରାଷ୍ଟ୍ରପତିଙ୍କର କୋଣାର୍କ ଓ ପୁରୀ ଶ୍ରୀମନ୍ଦିର ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି । ଏନେଇ ସ୍ଥାନୀୟ ପ୍ରଶାସନ ସମସ୍ତ ପ୍ରସ୍ତୁତି ଶେଷ କରି ସାରିଛି ।