ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ୧୨ଟି ଜିଲ୍ଲାରେ ହୋଇପାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ବର୍ଷିବ

764

କନକ ବ୍ୟୁରୋ : ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ସକାଳ ୮ଟା ୩୦ ଯାଏଁ ରାଜ୍ୟର ୧୨ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୁରଭଂଜ, ଦେଓଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ ଓ ବଲାଙ୍ଗୀର ଜିଲ୍ଲାର କିଛି ସ୍ଥାନରେ ସକାଳ ସାଢ଼େ ୮ଟା ସୁଦ୍ଧା ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇଥିବା ଖବର ମିଳିଛି । ଚାନ୍ଦବାଲିରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି । ସେହିପରି ଆଜି ସକାଳୁ ଆସନ୍ତାକାଲି ସକାଳ ୮ଟା ୩୦ ମଧ୍ୟରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ କିଛି ସ୍ଥାନରେ ବର୍ଷା ହୋଇପାରେ । ସୁନ୍ଦଗରଡ଼, କେନ୍ଦୁଝର ଓ ଝାରସୁଗୁଡ଼ାରେ ବର୍ଷା ହୋଇପାରେ ।

ଦେଓଗଡ଼, ସୋନପୁର, ଡେଙ୍କାନାଳ, ବୌଦ୍ଧ, ଅନୁଗୁଳ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାର ଗୋଟିଏ ଦୁଇଟି ସ୍ଥାନରେ କୂଆପଥର ବର୍ଷା ହୋଇପାରେ । ଆସନ୍ତକାଲି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇପାରେ । ମତ୍ସ୍ୟଜୀବୀଙ୍କ ପାଇଁ ବିଶେଷ କିଛି ସତର୍କତା ନାହିଁ । ଏହି ସମୟ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ବଢ଼ିବା ଯୋଗୁଁ ଥଣ୍ଡା କମିପାରେ । ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ପୂର୍ବଭଳି ଥଣ୍ଡା ଅନୁଭୂତ ହେବ ନାହିଁ ବୋଲି କୁହାଯାଇଛି । ପୁଣି ବର୍ଷା ଛାଡ଼ିଗଲା ପରେ ଥଣ୍ଡ।। ପୁଣି ବଢ଼ିବାର ସମ୍ଭାବନା ରହିଛି ।