କନକ ବ୍ୟୁରୋ : ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ କୋହଲା ପାଗ ଲାଗିରହିବ। ଉତ୍ତର, ଉପକୂଳ ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ହାଲକା ବର୍ଷା ସାଙ୍ଗକୁ କାଳବୈଶାଖୀ ପ୍ରଭାବ ରହିବ। ତାପମାତ୍ରା ବି ୨ରୁ ୩ ଡିଗ୍ରି ପର‌୍ୟ୍ୟନ୍ତ କମିବ। ପଶ୍ଚିମ ଓଡ଼ିଶାରେ ଏବେ ସ୍ଥିତିରେ ସେତେଟା ପରିବର୍ତନ ହେବନି। ତେବେ ପଶ୍ଚିମ ଓଡ଼ିଶାର ସମସ୍ତ ସହରରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୭ରୁ ୪୧ ଡିଗ୍ରି ଭିତରେ ରହିବ। ଟିଟିଲାଗଡ଼, ତାଳଚେର, ମାଲକାନଗିରିରେ ଏବେ ସେଭଳି ଆଖିଦୃଶିଆ ପରିବର୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
Advertisment

publive-imagehttps://www.google.com

ପାଣିପାଗ କେନ୍ଦ୍ରର ଆକଳନ ହେଉଛି ଯେ ୧୪ ତାରିଖ ପର୍ଯ୍ୟନ୍ତ ଅର୍ଧାଧିକ ଜିଲ୍ଲାରେ କୋହଲା ପାଗ ଜାରି ରହିବ। ମଙ୍ଗଳବାର ପୂର୍ବାହ୍ନରୁ ଗଜପତି, ରାୟଗଡ଼ା, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ମାଲକାନଗିରିର ଗୋଟିଏ ଦୁଇଟି ସ୍ଥାନରେ ହାଲକା ବର୍ଷା ସହ ଝଡ଼ ଓ ନବରଙ୍ଗପୁର, ବୌଦ୍ଧ, ନୟାଗଡ଼, ଖୋର୍ଧା, ପୁରୀ, ସୁନ୍ଦରଗଡ଼, ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜର ଅଧିକାଂଶ ସ୍ଥାନରେ ଘଡ଼ିଘଡ଼ି ସହ ବର୍ଷା ହୋଇପାରେ। ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି। ଏଥିପ୍ରତି ସତର୍କତା ଅବଲମ୍ବନ କରିବାକୁ ଜନସାଧାରଣଙ୍କୁ କୁହାଯାଇଛି।