କନକ ବ୍ୟୁରୋ: ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଆଂଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଏହି ସମୟ ମଧ୍ୟରେ ୧୬ଟି ଜିଲ୍ଲାରେ ପ୍ରବଳ ପବନ ବୋହିବା ସହ ବର୍ଷା ହୋଇପାରେ ।

Advertisment

publive-image

ଏଥିପାଇଁ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, କନ୍ଧମାଳ, ଗଜପତି, ବରଗଡ, ସୋନପୁର, ବଲାଙ୍ଗିର, ନୂଆପଡା, ବୌଦ୍ଧ, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର, ବାଲେଶ୍ୱର, ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ ଓ ଅନୁଗୁଳରେ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି ।

publive-image

ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟରେ ଆକାଶ ମେଘୁଆ ରହିବା ସହ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ଆକଳନ କରିଛି ପାଣିପାଗ ବିଭାଗ । ଓଡିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ସତର୍କ କରାଯାଇଛି ।