କନକ ବ୍ୟୁରୋ: ଉତ୍ତର ଉପକୂଳ ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ଦାନା ବାନ୍ଧୁଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ବଲାଙ୍ଗୀର, ବୌଦ୍ଧ, ସୁବର୍ଣ୍ଣପୁର ଏବଂ ଗଜପତି ପ୍ରଭୃତି ୧୦ଟି ଜିଲ୍ଲାର ବ୍ୟାପକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବନାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟବ୍ୟାପୀ ବର୍ଷା ଆରମ୍ଭ ହେବା । ଅପରପକ୍ଷରେ ଝାଡଖଣ୍ଡ ଓ ଉତ୍ତର ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁଁ ଦୁଇଦିନ ହେଲା ମେଘୁଆ ପାଗ ରହିଥିଲା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, କଟକ, ପୁରୀ, ଖୋର୍ଧା, ନୟାଗଡ଼, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ସୋନପୁର, ସମ୍ବଲପୁର ଓ ଗଞ୍ଜାମ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଯାଇଛି। ଏହି ବର୍ଷା ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଜାରି ରହିବା ସହ ଏହି ସମୟ ମଧ୍ୟରେ ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2018/07/11-01025712-weather-jpg-1.jpg)
/kanak/media/post_attachments/wp-content/uploads/2018/07/rain-2-640x380-300x178.jpg)