କନକ ବ୍ୟୁରୋ : ଫାଇଭ୍ ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ, ଗଞ୍ଜାମ ବେଲଗୁଣ୍ଠା ଗସ୍ତରେ ଯାଇଥିବାବେଳେ ତାଙ୍କ ଉପରକୁ ଟମାଟୋ ମାଡ ହୋଇଛି । ଜଣେ ବ୍ୟକ୍ତି ତାଙ୍କ ଉପରେ ଟମାଟୋ ମାଡ କରିଛନ୍ତି । ତେବେ ଟମାଟୋ ମାଡ ପରେ ବି ଅଟକି ନଯାଇ, ବେଲଗୁଣ୍ଠାରେ ଆୟୋଜିତ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ଜନସଭାକୁ ଉଦବୋଧନ ଦେଇଛନ୍ତି ଫାଇଭ-ଟି ଅଧ୍ୟକ୍ଷ । ଭି.କେ. ପାଣ୍ଡିଆନ କହିଛନ୍ତି, ତାଙ୍କ ଉପରକୁ ଟମାଟୋ, ଅଣ୍ଡା, ଚପଲ, କାଳିମାଡ, ଗୁଳିମାଡ କରନ୍ତୁ । ସେଥିରେ ପରବାୟ ନାହିଁ । ଲୋକଙ୍କ ପାଖକୁ ଆସିବେ ଆଉ ଲୋକଙ୍କ ସେବା କରିଚାଲିବେ । କେବଳ ଏତିକି ନୁହେଁ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି, ଅନେକ ଲୋକ ଆସିବେ, ମଂଚ ଉପରେ ଭାଷଣ ଦେଇ ଚାଲିଯିବେ ।.. ଅନ୍ୟପଟେ ଟମାଟୋ ମାରିଥିବା ବ୍ୟକ୍ତି ଜଣଙ୍କ କଂଗ୍ରେସର କର୍ମୀ ବୋଲି କୁହାଯାଉଛି । ତେବେ କଂଗ୍ରେସ ପକ୍ଷରୁ ଏନେଇ କିଛି ସ୍ପଷ୍ଟ କରାଯାଇନାହିଁ । ଟମାଟୋ ମାରିଥିବା ବ୍ୟକ୍ତିଙ୍କୁ ପୋଲିସ କାବୁ କରିବା ସହ ପଚରାଉଚୁରା କରୁଛି ।

Advertisment