ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କାଲି ବସିବ କ୍ୟାବିନେଟ ବୈଠକ । ପଞ୍ଚାୟତକୁ କ୍ଷମତା ହସ୍ତାନ୍ତର ସୁପାରିସ ଉପରେ ଲାଗିବ ମୋହର

Advertisment
ଛତିଶଗଡରେ ବସ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ: ଘୋଷଣା କଲେ ୨ ଲକ୍ଷ ଟଙ୍କାର ସହାୟତା; ଛତିଶଗଡ ଡିଜିପିଙ୍କ ସହ ଯୋଗାଯୋଗରେ ରହିବାକୁ ପୁଲିସ ଡିଜିଙ୍କୁ ନିର୍ଦ୍ଦେଶ

କନକ ବ୍ୟୁରୋ : ସୋମବାର ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟା ୩୦ ମିନିଟ୍‌ରେ ଏହି ବୈଠକ ଅନୁଷ୍ଠିତ ହେବା ନେଇ କାର୍ଯ୍ୟକ୍ରମ ସ୍ଥିର ହୋଇଛି। ତେବେ ଅତି ବିଶ୍ବସ୍ତ ସୂତ୍ରରୁ ମିଳୁଥିବା ସୂଚନା ମୁତାବକ, ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଆବଶ୍ୟକ ସଂଶୋଧନ ହେବ। ଏ ସଂକ୍ରାନ୍ତରେ ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। କେବଳ ସେତିକି ନୁହେଁ, ପଞ୍ଚାୟତକୁ କ୍ଷମତା ହସ୍ତାନ୍ତର ନେଇ ଗତ ଶୁକ୍ରବାର ଅନ୍ତଃମନ୍ତ୍ରୀସ୍ତରୀୟ କମିଟି ଯେଉଁ ସୁପାରିସ କରିଥିଲେ, ତାହା ଉପରେ ସରକାର ଠୋସ୍ ପଦକ୍ଷେପ ନେବେ। ଏଥିପାଇଁ ଏକ କ୍ୟାବିନେଟ୍ ନୋଟ୍ ପ୍ରସ୍ତୁତ ହୋଇଥିବା ସୂଚନା ମିଳିଛି। ଗ୍ରାମ ପଞ୍ଚାୟତ, ପଞ୍ଚାୟତ ସମିତି ଓ ଜିଲ୍ଲା ପରିଷଦକୁ ଗ୍ରାମାଞ୍ଚଳରେ ପ୍ରାଥମିକ ବିଦ୍ୟାଳୟ, ହାଇସ୍କୁଲ, ଅଙ୍ଗନବାଡ଼ି କେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କୋଠା ରକ୍ଷଣାବେକ୍ଷଣ ଓ ମରାମତି କରିବା ଦାୟିତ୍ବ ଦିଆଯିବ।

ଏହାସହିତ ସବଡିଭିଜନ୍‌ ହସ୍ପିଟାଲ୍‌ ଓ ମୁଖ୍ୟ ଚିକିତ୍ସାଳୟର ରକ୍ଷଣାବେକ୍ଷଣ ଯଥାକ୍ରମେ ଗ୍ରାମ୍ୟ ଉନ୍ନୟନ ଓ ପୂର୍ତ୍ତ ବିଭାଗ କରିବ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ଏବଂ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରାଥମିକ ସ୍ତରରେ କେଉଁ କେଉଁ କ୍ଷମତା ପଞ୍ଚାୟତିରାଜ ବିଭାଗକୁ ହସ୍ତାନ୍ତର କରିବେ ତାର ତାଲିକା ପ୍ରସ୍ତୁତ କରି ମନ୍ତ୍ରୀସ୍ତରୀୟ କମିଟି ସୁପାରିସ କରିଛି।

ଏଠାରେ ଉଲ୍ଲେଖଯୋଗ୍ୟ ଯେ ପଞ୍ଚଦଶ ଅର୍ଥ କମିସନ ଓ ପଞ୍ଚମ ଅର୍ଥ କମିସନଙ୍କ ରିପୋର୍ଟକୁ ଆଧାର କରି ଗତ ସପ୍ତାହରେ ପଞ୍ଚାୟତିରାଜ ମନ୍ତ୍ରୀ ଏସବୁ କ୍ଷେତ୍ରରେ କିଭଳି ଅର୍ଥ ବିନିଯୋଗ ହେବ, ସେ ନେଇ ଘୋଷଣା କରିଥିଲେ। ଏବେ ପଞ୍ଚାୟତିରାଜ ବିଭାଗ, ଅର୍ଥ ବିଭାଗ ସହିତ ପରାମର୍ଶ କରି ବିଭିନ୍ନ ପଞ୍ଚାୟତିରାଜ ଅନୁଷ୍ଠାନକୁ ଅର୍ଥ ଆବଣ୍ଟନ କରିବେ। ତେବେ ଏସବୁ ଉପରେ ସରକାରୀ ମୋହର ଲଗାଇବା ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନ୍ତଃମନ୍ତ୍ରୀସ୍ତରୀୟ କମିଟି ବୈଠକ ବସିଥିଲା। ଗୋଟିଏ ଦିନରେ କମିଟି ତାର ରିପୋର୍ଟ ଦେଇଛି। ଏହି କମିଟିରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା, କୃଷି ମନ୍ତ୍ରୀ ଅରୁଣ ସାହୁ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ, ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଓ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସଦସ୍ୟ ଥିଲେ। ତେବେ ଗତକାଲି ବୈଠକରେ ମହିଳା ଓ ଶିଶୁ ବିକାଶ ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ଅନୁପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe