କନକ ବ୍ୟୁରୋ : ଆସନ୍ତାକାଲି ପ୍ରଥମ ପର୍ଯ୍ୟାୟ ମତଦାନ । ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୨୧ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୋଟ୍ ୧୦୨ଟି ଆସନ ପାଇଁ ମତଦାନ ହେବ । ଏଥିରେ ପ୍ରାୟ ୧ ହଜାର ୬୨୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ସକାଳ ୮ଟାରୁ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ମତଦାନ ହେବ ।
୧୦୨ ଲୋକସଭା ଆସନରେ ହେବାକୁ ଥିବା ମତଦାନରେ ତାମିଲନାଡୁର ସର୍ବାଧିକ ୩୯ ଆସନ ରହିଛି । ରାଜସ୍ଥାନର ୧୨, ୟୁପିର ୮, ଉତରାଖଣ୍ଡର ୫, ବିହାରର ୪, ଆସାମର ୪, ମଧ୍ୟପ୍ରଦେଶର ୬, ଅରୁଣାଚଳ ପ୍ରଦେଶର ୨ ଆସନରେ ଭୋଟ୍ ଗ୍ରହଣ ହେବ ।
ସେହିପରି ପଶ୍ଚିମବଙ୍ଗର୩, ମହାରାଷ୍ଟ୍ରର ୫ ଏବଂ ଛତିଶଗଡ଼, ତ୍ରିପୁରା, ଜମ୍ମୁ-କାଶ୍ମୀର, ଆଣ୍ଡାମାନ ନିକୋବର, ଲାକ୍ଷାଦୀପ ଓ ପୁଡୁଚେରୀର ଗୋଟିଏ ଲେଖାଏଁ ଆସନରେ ଭୋଟ୍ ଗ୍ରହଣ ହେବ । ପ୍ରଥମ ପର୍ଯ୍ୟାୟରେ ୮ କେନ୍ଦ୍ରମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ଜଣେ ପୂର୍ବତନ ରାଜ୍ୟପାଳଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ରହିଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କାରୀ, ଜିତେନ୍ଦ୍ର ସିଂହ, ଚିରାଗ ପାଶୱାନ, ନକୁଲ ନାଥ, କେ ଆନ୍ନାମଲାଇ, ପୂର୍ବତନ ତେଲେଙ୍ଗାନା ରାଜ୍ୟପାଳ ତାମିଲସାଇ ସୁନ୍ଦରରାଜନ, କାନିମୋଝି ଏବଂ ଜିତିନ ପ୍ରସାଦ ପ୍ରମୁଖ ରହିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)
/kanak/media/post_attachments/wp-content/uploads/2024/04/4-29.jpg)