କନକ ବ୍ୟୁରୋ : ଆସନ୍ତା ୧୯ ତାରିଖରେ ପ୍ରକାଶ ପାଇବ ଯୁକ୍ତ୨ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ। ପୂର୍ବାହ୍ନ ୧୧ଟା ୩୦ରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିଧିବଦ୍ଧ ଭାବେ ପରୀକ୍ଷା ଫଳ ଉନ୍ମୋଚନ କରିବେ। ଏହାପରେ ଛାତ୍ରଛାତ୍ରୀ ‘www.orissaresults.nic.in
କଲେଜଗୁଡିକୁ ମଧ୍ୟ ସାମ୍ସ ଇ-ସ୍ପେସ ମାଧ୍ୟମରେ ସେମାନଙ୍କ ପିଲାଙ୍କ ପରୀକ୍ଷା ଫଳ ପଠାଇ ଦିଆଯିବ। ପ୍ରତିବର୍ଷ କଳା, ଧନ୍ଦାମୂଳକ, ବିଭାଗ ସହ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଉଥିଲା। କଳା ଓ ଧନ୍ଦାମୂଳକ ବିଭାଗର ପରୀକ୍ଷା ଫଳ ଚଳିତ ମାସ ଶେଷ ସପ୍ତାହରେ ବାହାରିବ ବୋଲି ମନ୍ତ୍ରୀ ଶ୍ରୀ ଦାଶ ସୂଚନା ଦେଇଛନ୍ତି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/08/chse-1-2-640x430.jpg)