ଆସନ୍ତା ୨ ଦିନ ବନ୍ଦ ରହିବ ରାଜ୍ୟର ସମସ୍ତ ସ୍କୁଲ । କଂଗ୍ରେସର ଓଡିଶା ବନ୍ଦ ଡାକରା ପରେ ନିଷ୍ପତ୍ତି ନେଲେ ଗଣଶିକ୍ଷା ମନ୍ତ୍ରୀ ।

428

କନକ ବ୍ୟୁରୋ: ଆସନ୍ତା ୨ ଦିନ ବନ୍ଦ ରହିବ ରାଜ୍ୟର ସମସ୍ତ ସ୍କୁଲ । କଂଗ୍ରେସର ଓଡିଶା ବନ୍ଦ ଡାକରା ନେଇ ଘୋଷଣା କରିବା ପରେ ଏନେଇ ଆଜି ନିଷ୍ପତ୍ତି ନେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ବୋଲି ସେ କହିଛନ୍ତି ।

ଆସନ୍ତାକାଲି ପେଟ୍ରୋଲ, ଡିଜେଲ ଓ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ଓଡିଶା ବନ୍ଦ ଡାକରା ଦେଇଛି । କାଲି ସକାଳ ୭ଟାରୁ ଦିନ ୧ଟା ଯାଏଁ ଏହି ବନ୍ଦ ପାଳନ ହେବ । ସମ୍ପୂଣ୍ଣ ଶାନ୍ତିପୂର୍ଣ୍ଣ ଭାବେ କଂଗ୍ରେସ ଏହି ବନ୍ଦ ପାଳନ କରିବ ବୋଲି ପୂର୍ବରୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇସାରିଛନ୍ତି । ତେବେ ଏହି ସମୟରେ ମେଡିସିନ ଦୋକାନ ଓ ଜରୁରୀକାଳୀନ ସେବାକୁ ବାଦ୍ ଦିଆଯାଇଛି । ବନ୍ଦ ପାଳନ ସସମୟରେ ବାହାଘର ଗାଡି ଓ ଅନ୍ତିମ ସଂସ୍କାର ପାଇଁ ଯାଉଥିବା ଗାଡିକୁ ମଧ୍ୟ ଅଟକାଯିବନି ବୋଲି କଂଗ୍ରେସ ପକ୍ଷରୁ କୁହାଯାଇଛି । ହେଲେ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଆଜି ଗଣଶିକ୍ଷା ମନ୍ତ୍ରୀ ସ୍କୁଲ ବନ୍ଦ ହେବା ନେଇ ଘୋଷଣା ମଧ୍ୟ କରିଦେଇଛନ୍ତି ।