ଦେଶରେ ୩୬ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦିନକରେ ୭୮ ହଜାର ୫୧୨ ପଜିଟିଭ, ୯୭୧ ମୃତ । ଭାରତରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬ ଲକ୍ଷ ୨୧ ହଜାର ୨୪୫କୁ ବୃଦ୍ଧି

Advertisment
ଦେଶରେ ୩୬ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।  ଦିନକରେ ୭୮ ହଜାର ୫୧୨ ପଜିଟିଭ, ୯୭୧ ମୃତ । ଭାରତରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬ ଲକ୍ଷ  ୨୧ ହଜାର ୨୪୫କୁ ବୃଦ୍ଧି

କନକ ବ୍ୟୁରୋ: ଲାଗାତାର ଭାବେ ୩ଦିନ ହେଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫,୦୦୦ପାର କରୁଛି। ଗତକାଲି ୨୪ଘଣ୍ଟା ମଧ୍ୟରେ ୭୮,୭୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୨୪ଘଣ୍ଟାରେ ୭୮,୫୧୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଗତକାଲି ଭଳି ଆଜି ମଧ୍ୟ ମୃତ୍ୟୁସଂଖ୍ୟା ୧,୦୦୦ତଳକୁ ରହିଛି। ଅଗଷ୍ଟ ୩୧ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୩୬, ୨୧, ୨୪୫ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୨୭୭୪୮୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି। ବାକି ୬୪,୪୬୯ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୭୮,୫୧୨ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭୮୧୯୭୫ରହିଛି। ଏହା ସହ ୨୪ ଘଣ୍ଟାରେ ୯୭୧ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

ସୂଚନା ମୁତାବକ, ଗତକାଲି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୩୫, ୪୨, ୭୩୩ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଥିଲା । ଆକ୍ରାନ୍ତଙ୍କ ମଧ୍ୟରୁ ୨୭,୧୩,୯୩୩ ଜଣ ସୁସ୍ଥ ହୋଇଥିଲେ ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଥିଲେ। ବାକି ୬୩,୪୯୮ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା। ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୭୮,୭୬୧ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭,୬୫,୩୦୨ରହିଥିଲା। ଏହା ସହ ୨୪ ଘଣ୍ଟାରେ ୯୪୮ ଆକ୍ରାନ୍ତ ପ୍ରାଣ ହରାଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe