କନକ ବ୍ୟୁରୋ: ପଶ୍ଚିମବଙ୍ଗ ସିଲିଗୁଡିଠାରେ ଘଟିଛି ବଡ ଧରଣର ଟ୍ରେନ ଦୁର୍ଘଟଣା । କୋଲକାତା ଯାଉଥିବା କାଞ୍ଚନଜଙ୍ଗା ଏକ୍ସପ୍ରେସ ଓ ମାଲବାହୀ ଟ୍ରେନ ମଧ୍ୟରେ ବଡ ଧରଣର ଦୁର୍ଘଟଣା ଘଟିଛି । ଏଥିରେ ୨ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଟ୍ୱିଟ କରି ଦୁଃଖ ପ୍ରକାଶ କରିଛନ୍ତି । ଉଦ୍ଧାର କାର୍ଯ୍ୟ ପାଇଁ ଡିଏମ୍, ଏସପି, ଡାକ୍ତରୀ ଟିମ୍, ଆମ୍ବୁଲାନ୍ସ ଓ ଉଦ୍ଧାରକାରାୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି ।
ସୂଚନା ମୁତାବକ, କଞ୍ଚନଜଙ୍ଗା ଏକ୍ସପ୍ରେସ୍ ଟ୍ରେନ୍ ଠିଆ ହୋଇଥିବା ବେଳେ ମାଲବାହୀ ଟ୍ରେନ୍ ପଛପଟୁ ଆସି ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ଟ୍ରେନର ୩ଟି ବଗି ଗୁରୁତର ଭାବେ କ୍ଷତିଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଏପର୍ୟ୍ୟନ୍ତ ୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। କିନ୍ତୁ ଏ ନେଇ କୌଣସି ଆନୁଷ୍ଠାନିକ ସୂଚନା ମିଳିନାହିଁ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2024/06/11-22.jpg)