କନକ ବ୍ୟୁରୋ : ଆଜି ସକାଳୁ ପୁଣି ଦୁର୍ଘଟଣାସ୍ଥଳରେ ପହଞ୍ଚିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ପୁନରୁଦ୍ଧାର କାମର ତଦାରଖ କରିଛନ୍ତି ରେଳମନ୍ତ୍ରୀ । ଘଟଣାସ୍ଥଳରେ ଉପସ୍ଥିତ ଥିବା ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଏହା ସହ ପୁନରୁଦ୍ଧାର କାମରେ ନିୟୋଜିତ ଥିବା କର୍ମଚାରୀଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି ରେଳମନ୍ତ୍ରୀ ।
ଦିନ ରାତି ଏକ କରି କାମ କରୁଥିବାରୁ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଅଶ୍ୱିନୀ ବୈଷ୍ଣବ । ଏହା ସହ ଆଜି ସଂଧ୍ୟା ସୁଦ୍ଧା ପୁନରୁଦ୍ଧାର କାମ ଶେଷ ହେବ ବୋଲି କହିଛନ୍ତି । ବୁଧବାର ସୁଦ୍ଧା ରେଳ ଚଳାଚଳ ସ୍ୱାଭାବିକ କରିବାକୁ ସମସ୍ତ ପଦକ୍ଷେପ ନିଆଯାଉଛି ବୋଲି କହିଛନ୍ତି ରେଳମନ୍ତ୍ରୀ । ଏହା ସହ ମନ୍ତ୍ରୀ କହିଛନ୍ତି ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡ଼ିଛି । ଖୁବ୍ ଶୀଘ୍ର ତଦନ୍ତ ରିପୋର୍ଟ ଆସିବ ବୋଲି କହିଛନ୍ତି ରେଳମନ୍ତ୍ରୀ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)
/kanak/media/post_attachments/wp-content/uploads/2023/06/30.jpg)