କନକ ବ୍ୟୁରୋ: ଆଜି ରାଜ୍ୟ ବିଜେପିର ବଡ଼ କାର୍ଯ୍ୟକ୍ରମ। ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜନଜାତି ମୋର୍ଚ୍ଚା ତରଫରୁ ନବ ନିର୍ବାଚିତ ବିଧାୟକ ଓ ସାଂସଦମାନଙ୍କ ସ୍ୱାଗତ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହେବ। ଦିନ ୧୧ଟାରେ ଭୁବନେଶ୍ୱର ଜୟଦେବ ଭବନରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜୁଏଲ ଓରାମ, ରାଜ୍ୟ ସଭାପତି ମନମୋହନ ସାମଲ, ଜନଜାତି ମୋର୍ଚ୍ଚା ରାଜ୍ୟ ସଭାପତି ତଥା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସମେତ ସମସ୍ତ ମନ୍ତ୍ରୀ ଓ ବରିଷ୍ଠ ନେତା ଉପସ୍ଥିତ ରହିବେ। ଏହା ପୂର୍ବରୁ ରବୀନ୍ଦ୍ର ମଣ୍ଡପରେ ନବ ନିର୍ବାଚନ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ସମସ୍ତ ସାଂସଦ ଓ ବିଧାୟକଙ୍କୁ ସମ୍ବର୍ଦ୍ଧିତ କରାଯିବ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us