କାରକୁ ପିଟିଲା ଟ୍ରକ୍ । ୨ ମୃତ, ୫ ଗୁରୁତର

291

କନକ ବ୍ୟୁରୋ: ବାଙ୍ଗିରିପୋଷି ଦ୍ୱାରଶୁଣି ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା । କାରକୁ ପଛରୁ ପିଟିଲା ଟ୍ରକ୍, ଫଳରେ କାରରେ ଯାଉଥିବା ୭ ଯାତ୍ରୀଙ୍କ ମଧ୍ୟରେ ୨ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ୫ଜଣ ଗୁରୁତର ଆହତ ହୋଇଛନ୍ତି । ମୃତକ ଦୁଇଜଣ ମହିଳା ବୋଲି ଜଣାପଡିଛି । ଗୁରୁତରଙ୍କୁ ଉଦ୍ଧାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପହଞ୍ଚି ବାଙ୍ଗିରିପୋଷି ପୁଲିସ ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।