ପୁଣି ବିବାଦରେ ପ୍ରଯୋଜକ ଟୁଟୁ ନାୟକ: ମହିଳା ସାମ୍ବାଦିକଙ୍କୁ ମାଡ଼ ମାରିଥିବା ନେଇ ଅଭିଯୋଗ

346

କନକ ବ୍ୟୁରୋ: ପୁଣି ବିବାଦରେ ପ୍ରଯୋଜକ ଟୁଟୁ ନାୟକ । ଜଣେ କାର୍ଯ୍ୟରତ ମହିଳା ସାମ୍ବାଦିକଙ୍କୁ ସଂଜୟ ନାୟକ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଛି । ଏନେଇ ଖାରବେଳ ନଗର ଥାନାରେ ଅଭିଯୋଗ କରିଛନ୍ତି ସାମ୍ବାଦିକା । ମହିଳା ସାମ୍ବାଦିକ ଅଭିଯୋଗ କରିଛନ୍ତି ଯେ ଏକ ଖବର ସଂଗ୍ରହ ପାଇଁ ସେ ଯାଇଥିବା ବେଳେ ଟୁଟୁ ନାୟକ ହଠାତ୍ ତାଙ୍କ ଗାଲକୁ ଚାପୁଡ଼ା ମାରିଥିଲେ । କେବଳ ଏତିକି ନୁହେଁ ସାମ୍ବାଦିକାଙ୍କୁ ଗାଳିଗୁଲଜ କରିଥିବା ନେଇ ଅଭିଯୋଗ ହୋଇଛି । ପ୍ରଯୋଜକ କାହିଁକି ମାଡ଼ ମାରିଲେ, ତାହା ଜଣାପଡ଼ିନଥିବା ବେଳେ ମହିଳା ସାମ୍ବାଦିକ ଜଣକ ଥାନାରେ ଏନେଇ ଏତଲା ଦେଇଛନ୍ତି । ଟୁଟୁଙ୍କ ଏପରି ବ୍ୟବହାର ତାଙ୍କ ମର୍ଯ୍ୟାଦା ହାନୀ କରିଥିବା ଅଭିଯୋଗ କରିଛନ୍ତି ମହିଳା ସାମ୍ବାଦିକ । ଏହାସହ ପ୍ରଯୋଜକଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି ।