ଆସନ୍ତା ଶନିବାର ଦିନ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଫଳ : ଅପରାହ୍ନ ୪ଟାରେ ରେଜଲ୍ଟ ପ୍ରକାଶ ନେଇ ସୂଚନା ଦେଲେ ଗଶଶିକ୍ଷା ମନ୍ତ୍ରୀ ସମୀର ଦାଶ; ପୂର୍ବରୁ ବାହାରି ସାରିଛି ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷାଫଳ

2,517

କନକ ବ୍ୟୁରୋ : ସେପ୍ଟେମ୍ବର ୫ ତାରିଖ ଅପରାହ୍ନ ୪ଟାରେ ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ, ଆଜି ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ପୂର୍ବରୁ ସୂଚନା ମିଳିଥିଲା। ଏହା ଆଗରୁ ଅଗଷ୍ଟ ଶେଷ ସପ୍ତାହରେ ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଜଣାଯାଇଥିଲା। କିନ୍ତୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ)ର ଦୁଇ ଜଣ କର୍ମଚାରୀ କରୋନା ଆକ୍ରାନ୍ତ ହେବା ପରେ ପରୀକ୍ଷା ଫଳ ପ୍ରସ୍ତୁତିରେ ସମସ୍ୟା ଉପୁଜିଛି ।

ଯେଉଁଥିପାଇଁ ପରୀକ୍ଷା ଫଳ ପ୍ରକାଶରେ କିଛି ଦିନ ବିଳମ୍ବ ହେବ। ତେବେ ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଉକ୍ତ ଦୁଇ ବିଭାଗର ପରୀକ୍ଷା ଫଳ ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଘୋଷଣା କରିଥିଲେ । ସୂଚନାଯୋଗ୍ୟ ଯେ ଚଳିତବର୍ଷ ୨ ଲକ୍ଷ ୨୫ ହଜାର ଛାତ୍ରଛାତ୍ରୀ କଳା ଓ ୭ ହଜାର ୭୫୦ ଛାତ୍ରଛାତ୍ରୀ ଧନ୍ଦାମୂଳକ ପାଠ୍ୟକ୍ରମରେ ପରୀକ୍ଷା ଦେଇଛନ୍ତି। ଗତ ୧୨ ତାରିଖରେ ବିଜ୍ଞାନ ଓ ୧୯ ତାରିଖରେ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇଥିଲା।