କନକ ବ୍ୟୁରୋ : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ମଢିସାହିରେ ଥିବା ପୂର୍ବତନ ଜିଲ୍ଲା ଯୁବ ବିଜେଡି ଉପସଭାପତି କାହ୍ନୁଚରଣ ସାହୁଙ୍କ କାର ଉପରକୁ ବୋମାମାଡ଼ । ବିଳମ୍ବିତ ରାତିରେ ଦୁଇ ଜଣ ଦୁର୍ବୁତ୍ତ ବୋମାମାଡ଼ କରିଥିବା ଜଣାପଡିଛି । ବୋମାମାଡ଼ର କାରଣ ଅସ୍ପଷ୍ଟ ରହିଛି । ପ୍ରଥମେ ଦୁଇ ଜଣ ଯୁବକ ଗୋଟିଏ ବାଇକରେ ଆସି ଗୋଟିଏ ରାଉଣ୍ଡ ବୁଲି ସାରିବା ପରେ ଗାଡି ଉପରକୁ ୩ଟି ବୋମା ମାଡ଼ କରିଥିଲେ । ଏବଂ ଏବେବି ଦୁଇଟି ବୋମା ଅଫୁଟା ପଡିଥିବା ଦେଖିବାକୁ ମିଳିଛି ।
ଯାହାର ସମ୍ପୂର୍ଣ୍ଣ ଘଟଣା ସିସିଟିଭି କ୍ୟାମେରାରେ କଏଦ ହୋଇଛି । ରାତିରେ ବୋମା ମାଡ଼ ହେବା ପରେ ସ୍ଥାନୀୟ ଅଞ୍ଚଳର ଲୋକମାନେ ଶବ୍ଦ ଶୁଣି ଘର ବାହାରକୁ ଆସିଥିଲେ । ଏପରିକି ନାଇଟ ପେଟ୍ରୋଲିଂରେ ଥିବା ପୋଲିସ ମଧ୍ୟ କାହ୍ନୁ ଚରଣ ସାହୁଙ୍କ ଘର ପାଖକୁ ଆସିଥିଲେ । ତେବେ କାହ୍ନୁଙ୍କର କୌଣସି ରାଜନୈତିକ କିମ୍ବା ବ୍ୟବସାୟୀକ ଶତ୍ରୁ ନଥିବା ସେ ପ୍ରକାଶ କରିଛନ୍ତି । ଏ ନେଇ କାମାକ୍ଷାନଗର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2022/10/20-10.jpg)