ରେଭେନ୍ସାରେ ୨ ହଷ୍ଟେଲ ଛାତ୍ରୀଙ୍କୁ କରୋନା । ସଜାଗ ହେଲେ ବିଶ୍ୱ ବିଦ୍ୟାଳୟ କର୍ତୃପକ୍ଷ, ପରୀକ୍ଷା ବାତିଲ

154

କନକ ବ୍ୟୁରୋ : କଟକରେ ଚିନ୍ତା ବଢାଉଛି କରୋନା । ରେଭେନ୍ସାରେ ୨ ହଷ୍ଟେଲ ଛାତ୍ରୀ କରୋନା ସଂକ୍ରମିତ ହୋଇଛନ୍ତି । ଏହାପରେ ବିଶ୍ୱବିଦ୍ୟାଳୟ କର୍ତୃପକ୍ଷ ଆଜି ଓ ଆସନ୍ତାକାଲି ହେବାକୁ ଥିବା ସମସ୍ତ ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବାତିଲ କରିଦେଇଛନ୍ତି । ଦୁଇ ହଷ୍ଟେଲରେ ଯେଉଁ ମହଲାରେ ଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି, ସେହି ମହଲାରୁ କାହାରିକୁ ବାହାରକୁ ଆସିବାକୁ କିମ୍ବା ଯିବାକୁ ଅନୁମତି ଦିଆଯାଉନାହିଁ ।
ସେପଟେ, ହଷ୍ଟେଲରେ ରହୁଥିବା ଅନ୍ୟ ଛାତ୍ରୀଙ୍କୁ ଆସନ୍ତା ଦୁଇଦିନ ମଧ୍ୟରେ ହ ଷ୍ଟେଲ ଛାଡିବାକୁ ପରାମର୍ଶ ଦିଆଯାଇଛି । ଆକ୍ରାନ୍ତ ହୋଇଥିବା ଦୁଇଜଣ ଛାତ୍ରୀ ଷ୍ଟଡିରୁମ ସହ ଶୌଚାଳୟ ବି ବ୍ୟବହାର କରିଥିଲେ । ତେଣୁ ସେମାନଙ୍କ ସହ ମିଶିଥିବା ସହପାଠୀ ଆଶଙ୍କା ମଧ୍ୟରେ ଅଛନ୍ତି । କିଛି ଦିନ ତଳେ ଜଣେ ଅଧ୍ୟାପିକା ବି କରୋନା ସଂକ୍ରମିତ ହୋଇଥିଲେ ।