କନକ ବ୍ୟୁରୋ : ହାତୀ ଆକ୍ରମଣରେ ୨ ମୃତ । ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଅଞ୍ଚଳରେ ଗତକାଲି ରାତିରେ ହାତୀ ଆକ୍ରମଣରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ଲାଗି ମେଡିକାଲରେ ଭର୍ତ୍ତି କରାଯାଇଛି।
Kanak News is now on WhatsApp
Join and get latest news updates delivered to you via WhatsApp
ସୂଚନାନୁସାରେ ଟାଙ୍ଗୀ ରେଞ୍ଜର ହଜ ନିକଟ କଲରାଝର ଗାଁ’ରେ ଗତକାଲି ରାତିରେ ହାତୀ ପଶି ଆକ୍ରମଣ କରିବାରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ରାତିରେ ଘରେ ଶୋଇଥିବା ବେଳେ ହାତୀ ଦଳି ଦେବାରୁ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଗୁରୁତର ଆହତଙ୍କୁ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା ପରେ ଗାଁ’ ଲୋକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଛି।