ବୌଦ୍ଧ କଣ୍ଟାମାଳ ପଢ଼େଲ ଡ୍ୟାମ ନିକଟ ମାଓବାଦୀ-ସୁରକ୍ଷାକର୍ମୀ ଗୁଳି ବିିନିମୟ । ଦୁଇ ନକ୍ସଲ ନିହତ ସୂଚନା

87

କନକ ବ୍ୟୁରୋ: ବୌଦ୍ଧ କଣ୍ଟାମାଳ ଥାନା ପଢେଲ ଡ୍ୟାମ୍ ନିକଟ ଜଙ୍ଗଲରେ ଏନକାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଆଜି ଭୋରରୁ ମାଓବାଦୀଙ୍କ ସହ ସୁରକ୍ଷାକର୍ମୀଙ୍କ ଗୁଳି ବିନିମୟ ହୋଇଥିଲା । ପାଖାପାଖି ଏକ ଘଣ୍ଟାରୁ ଅଧିକ ସମୟ ଗୁଳିବିନିମୟ ପରେ ଦୁଇ ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏବେ ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବା ସନ୍ଦେହରେ ସର୍ଚ୍ଚ ଅପରେସନ୍ ଜାରି ରହିଛି ।