କନକ ବ୍ୟୁରୋ: ବଙ୍ଗୋପସାଗରରେ ଆସିପାରେ ଦୁଇ ଦୁଇଟି ବଡ ଲଘୁଚାପ। ଜୁଲାଇ ୧୫ ତାରିଖ ସୁଦ୍ଧା ପଶ୍ଚିମ ବଙ୍ଗୋପସାଗରରେ ପ୍ରଥମ ଲଘୁଚାପ ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ୧୫ ଓ ୧୬ ତାରିଖରେ ବର୍ଷାର ପରିମାଣ ଓ ବିସ୍ତୁତି ବୃଦ୍ଧି ପାଇବ । ସେହିପରି ୧୯ ଓ ୨୦ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ତତ୍ ସଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

  • ସପ୍ତାହରେ ଆସୁଛି ଦୁଇଟି ଲଘୁଚାପ
  • କାଲିଠାରୁ ଆରମ୍ଭ ହୋଇଯିବ ବର୍ଷା !

ପାଣିପାଗ ବିଶେଷଜ୍ଞଙ୍କ ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଦୁଇଟି ଲଘୁଚାପ କ୍ଷେତ୍ର ।

  • ଆସନ୍ତା ୧୫ତାରିଖ ବେଳକୁ ଉତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ପ୍ରଥମ ଲଘୁଚାପ କ୍ଷେତ୍ର
  • ଆଉ ଏହାର ପ୍ରଭାବରେ ୧୪ ତାରିଖରୁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି
  • ୧୫-୧୬ ତାରିଖରେ ବର୍ଷା ପରିମାଣ ଓ ବିସ୍ତୁତି ବଢିବ
  • ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା ରହିଛି ।
  • ଗୋଟିଏ-ଦୁଇଟି ସ୍ଥାନରେ ୧୨ରୁ ୨୦ ସେମି ବର୍ଷା ହୋଇପାରେ
  • ୧୪ ତାରିଖରେ ରାୟଗଡା, କୋରାପୁଟ, ମାଲକାନଗିରି ଓ କନ୍ଧମାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
  • ୧୫ ତାରିଖରେ ରାୟଗଡା, ଗଜପତି, ଗଞ୍ଜାମ ଓ କନ୍ଧମାଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ
  • ୧୬ରେ କନ୍ଧମାଳ, ଗଂଜାମ, ଗଜପତି , ରାୟଗଡା , କଳାହାଣ୍ଡି, କୋରାପୁଟ, ନବରଙ୍ଗପୁରରେ ପ୍ରବଳ ବର୍ଷା ଚେତାବନୀ

ବିଭିନ୍ନ ମଡେଲର ଆକଳନ ଅନୁସାରେ.......

  • ବଙ୍ଗୋପସାଗରରେ ଦ୍ୱିତୀୟ ଲଘୁଚାପ କ୍ଷେତ୍ର୧୯-୨୦ ଜୁଲାଇ ବେଳକୁ ସୃଷ୍ଟି ହୋଇପାରେ
  • ଏହି ଲଘୁଚାପ ପ୍ରଥମ ଲଘୁଚାପ ଅପେକ୍ଷା ଅଧିକ ଶକ୍ତିଶାଳୀ ହୋଇ ଚିହ୍ନିତ ଲଘୁଚାପ କିମ୍ୱା ଅବପାତର ରୂପ ନେଇପାରେ
  • ୨୦ରୁ ୨୨ ମଧ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି
  • ଉପକୂଳ ଓ ଦକ୍ଷିଣ ଓଡିଶାରେ ଅଧିକ ବର୍ଷା ହୋଇପାରେ

ଦୁଇ ଦୁଇଟି ଲଘୁଚାପ ବର୍ଷାରେ ରାଜ୍ୟରେ ନିଅଣ୍ଟିଆ ବର୍ଷା ଭରଣା ହେବ ବୋଲି ଆଶା କରାଯାଉଛି ।