ସୋପିଆଁରେ ସୁରକ୍ଷାବଳ ଓ ଆତଙ୍କବାଦୀ ଗୁଳି ବିନିମୟ । ୨ ଆତଙ୍କୀ ନିହତ, ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ଜବତ ।

ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ : ଜଣେ ଆତଙ୍କୀ ମୃତ, ଜଣେ ଯବାନ ସହିଦ 

image courtesy - defence aviation post

କନକ ବ୍ୟୁରୋ : ଜମ୍ମୁ ଓ କଶ୍ମୀରର ଶୋପିଆଁ ଜିଲ୍ଲା ଅନ୍ତର୍ଗତ ହିନ୍ଦ୍‌ ସୀତା ପୋଡ଼ା ଅଞ୍ଚଳରେ ଆତଙ୍କବାଦୀ ଏବଂ ନିରାପତ୍ତା ବଳଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ଗୁଳିବିନିମୟ ଘଟଣାରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଥିବା ଖବର ମିଳିଛି । କିନ୍ତୁ, ଏ ସଂକ୍ରାନ୍ତରେ ଆନୁଷ୍ଠାନିକ ଭାବେ କୌଣସି ଘୋଷଣା ହୋଇନାହିଁ ।

ଦୁଇ ପକ୍ଷ ମଧ୍ୟରେ ଏବେ ମଧ୍ୟ ଗୁଳି ବିନିମୟ ଚାଲିଛି। ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ଗୋଳାବାରୁଦ ଉଦ୍ଧାର କରାଯାଇଛି । ଗତ ସପ୍ତାହରେ ନିରାପତ୍ତା ବଳ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ସ୍ୱଳ୍ପ ସମୟ ଲାଗି ଗୁଳି ବିନିମୟ ଘଟି ଶୋପିଆଁରେ ତିନିଜଣ ଆତଙ୍କବାଦୀ ନିହତ ହୋଇଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe