କନକ ବ୍ୟୁରୋ: କଟକ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ମିଳିଲା ୟୁଜିସି ମାନ୍ୟତା । ବିଶ୍ୱବିଦ୍ୟାଳୟ ମାନ୍ୟତା ଦେଲା ୟୁନିଭରସିଟି ଗ୍ରାଣ୍ଟ କମିଶନ । ମାନ୍ୟତା ଦେବା ସହ ବିଶ୍ୱ ବିଦ୍ୟାଳୟ ତାଲିକାରେ ଅନ୍ତର୍ଭୁକ୍ତ କରିଛି । ୟୁଜିସି ଅଧିନିୟମ ଅନୁସାରେ ଖୁବଶୀଘ୍ର ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ କେନ୍ଦ୍ରୀୟ ଅନୁଦାମ ପାଇବ । ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
କଟକ ସ୍ଥିତ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁଜିସି ଅଧିନିୟମ 1956, ଧାରା 2(ଏଫ୍) ଅନୁଯାୟୀ ୟୁନିଭରସିଟି ଗ୍ରାଣ୍ଟ କମିସନ (ୟୁଜିସି) ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରିଛି । ୟୁଜିସି ଅଧିନିୟମ 1956, ଧାରା 12(ବି) ଅନୁସାରେ ଏହି ବିଶ୍ୱବିଦ୍ୟାଳୟ ଖୁବ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ । pic.twitter.com/VxWl9xagyR
— Dharmendra Pradhan (@dpradhanbjp) October 13, 2021
ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ, କଟକ ସ୍ଥିତ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁଜିସି ଅଧିନିୟମ ୧୯୫୬, ଧାରା ୨(ଏଫ୍) ଅନୁଯାୟୀ ୟୁନିଭରସିଟି ଗ୍ରାଂଟ୍ କମିସନ (ୟୁଜିସି) ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରିଛି । ୟୁଜିସି ଅଧିନିୟମ ୧୯୫୬, ଧାରା ୧୨(ବି) ଅନୁସାରେ ଏହି ବିଶ୍ୱବିଦ୍ୟାଳୟ ଖୁବ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ ।
ଏହା ନିଶ୍ଚିତ ଭାବରେ ଓଡ଼ିଶାର ଆଇନ ବିଦ୍ୟାର୍ଥୀଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିସମ୍ପନ୍ନ ଜାତୀୟ ଶିକ୍ଷା ନୀତି ଅନୁସାରେ ଛାତ୍ରଛାତ୍ରୀଙ୍କୁ ନୂଆ ପରିଚୟ ଦେବ ଏବଂ ରାଜ୍ୟରେ ଆଇନ ଶିକ୍ଷାର ମାନ ବଢ଼ାଇବ ବୋଲି ଆଶା କରୁଛି । ଜାତୀୟ ଶିକ୍ଷା ନୀତି ଅନୁସାରେ କେନ୍ଦ୍ର ସରକାର ଉଚ୍ଚ ଶିକ୍ଷା ଦୃଶ୍ୟପଟ୍ଟରେ ପରିବର୍ତନ ଆଣିବା ପାଇଁ ପ୍ରତିଶ୍ରୁତି ବଦ୍ଧ ବୋଲି ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରିଛନ୍ତି ।