କନକ ବ୍ୟୁରୋ: ଆଜି ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ଫାଇନାଲ ମ୍ୟାଚ । ଏହି ମ୍ୟାଚରେ ଟସ ଜିତି ଅଷ୍ଟ୍ରେଲିଆ ବ୍ୟାଟିଂ ନିଷ୍ପତ୍ତି ନେଇଛି । ଫଳରେ ପ୍ରଥମେ ବୋଲିଂ କରିବ ଭାରତ । ଏହି ମ୍ୟାଚରେ ଭାରତକୁ ଜିତିବାକୁ ହେଲେ ଅଷ୍ଟ୍ରେଲିଆର ଧୁରନ୍ଧର ବ୍ୟାଟ୍ସମ୍ୟାନଙ୍କୁ ଅଳ୍ପ ରନରେ ସୀମିତ ରଖିବାକୁ ହେବ ।
ଭାରତ ଦକ୍ଷିଣ ଆଫ୍ରିକାକୁ ହରାଇ ଫାଇନାଲରେ ପ୍ରବେଶ କରିଥିଲା ବେଳେ ଅଷ୍ଟ୍ରେଲିଆ ପାକିସ୍ତାନକୁ ହରାଇ ଫାଇନାଲରେ ପ୍ରବେଶ କରିଥିଲା । ଆଜି ଭାରତ ଅଷ୍ଟ୍ରେଲିଆକୁ ହରାଇ ଷଷ୍ଠଥର ପାଇଁ ଚାମ୍ପିୟନ ହେବା ଲକ୍ଷ୍ୟରେ ରହିଥିବା ବେଳେ ଅଷ୍ଟ୍ରେଲିଆ ଭାରତକୁ ହରାଇ ୪ର୍ଥ ଥର ପାଇଁ ଚାମ୍ପିୟନ ହେବା ଲକ୍ଷ୍ୟରେ ରହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)
/kanak/media/post_attachments/wp-content/uploads/2024/02/GGCjtZ8bUAEasMb.jpg)