ସୃଷ୍ଟି ହେଲା ଘୂର୍ଣ୍ଣିବଳୟ : ୨୦ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

544

କନକ ବ୍ୟୁରୋ : ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ବେଳକୁ ଦକ୍ଷିଣ ପୂର୍ବ ଓ ପାର୍ଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର । ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ପରବର୍ତ୍ତୀ ୪୮ ଘଣ୍ଟାରେ ପଶ୍ଚିମ କେନ୍ଦ୍ରୀୟ ଓ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ । ତେବେ ଏହି ଲଘୁଚାପ ବାତ୍ୟାର ରୂପ ନେବ କି ନାହିଁ ସ୍ପଷ୍ଟ ହୋଇନି ।