କନକ ବ୍ୟୁରୋ : ଆଗକୁ ନିର୍ବାଚନ ଲୋକସଭା ନିର୍ବାଚନ ସହ ରହିଛି ୫ ରାଜ୍ୟର ବିଧାନସଭା ନିର୍ବାଚନ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରମାନେ ବିଭିନ୍ନ ଲୋଭନୀୟ ଯୋଜନା କରୁଛନ୍ତି । ଏହିକ୍ରମରେ କେନ୍ଦ୍ର ସରକାର ଖାଉଟିଙ୍କୁ ବଡ଼ ଆଶ୍ୱସ୍ତି ଦେବାକୁ ଘୋଷଣା କରିଛନ୍ତି । ଉଜ୍ଜଳା ଯୋଜନା ଆଧାରରେ ଗ୍ୟାସ ସିଲିଣ୍ଡର ଉପରେ ୨୦୦ ଟଙ୍କା ସବସିଡି ଦେବାକୁ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଏନେଇ ଆଜି କେନ୍ଦ୍ର କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ଚଳିତ ମାସ ଅଗଷ୍ଟ ପହିଲାରୁ ପେଟ୍ରୋଲିୟନ କମ୍ପାନୀ କମର୍ସିଆଲ ଏଲପିଜି ସିଲିଣ୍ଡର ଦର ୧୦୦ ଟଙ୍କା ହ୍ରାସ କରିଥିଲେ ।

Advertisment

ତେବେ ଘରୋଇ ଗ୍ୟାସ ସିଲିଣ୍ଡର ଦାମରେ କୌଣସି ପରିବର୍ତ୍ତନ କରାଯାଇନଥିଲା । ଅଗଷ୍ଟ ମାସରେ ରାଜଧାନୀ ଦିଲ୍ଲୀରେ ଘରୋଇ ରୋଷେଇ ଗ୍ୟାସ୍ ସିଲିଣ୍ଡର ଦର ୧୧ଶହ ୩ ଟଙ୍କା ଥିଲା । ଏବେ ୨୦୦ ଟଙ୍କା ସବସିଡି ଦ୍ୱାରା ଗ୍ୟାସ ଦର କମିବ । ଯାହା ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି ଦେଇଛି  । ତେବେ ଏହାର ଫାଇଦା କେବଳ ଉଜ୍ଜଳା ଯୋଜନା ହିତାଧିକାରୀଙ୍କୁ ମିଳିବ । ଦେଶରେ ୧୦ କୋଟିରୁ ଅଧିକ ହିତାଧିକାରୀ ଉଜ୍ଜଳା ଯୋଜନାରେ ଗ୍ୟାସ ପାଉଛନ୍ତି । ସେଥିମଧ୍ୟରୁ କେବଳ ଓଡ଼ିଶାରେ ୫୩ଲକ୍ଷରୁ ଅଧିକ ହିତାଧିକାରୀ ରହିଛନ୍ତି ।