କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ମିଳିଲା ୟୁଜିସି ବିଶ୍ୱବିଦ୍ୟାଳୟ ମାନ୍ୟତା : ତାଲିକାରେ ଅନ୍ତର୍ଭୁକ୍ତ ନେଇ ସୂଚନା ଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

189

କନକ ବ୍ୟୁରୋ : କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ୟୁଜିସି ଅଧିନିୟମ ୧୯୫୬, ଧାରା ୨ (ଏଫ) ଅନୁଯାୟୀ ୟୁଜିସି ବିଶ୍ୱବିଦ୍ୟାଳର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୁକ୍ତ କରିଛି । ଏନେଇ ଟୁଇଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ର ଶିକ୍ଷାମନ୍ତ୍ରୀ ନିଜ ଟୁଇଟରେ ଲେଖିଛନ୍ତି ଯେ, ଏହି ନିଷ୍ପତ୍ତି ନିଶ୍ଚିତ ଭାବରେ ଜନଜାତି ବହୁଳ ଅଂଚଳ କଳାହାଣ୍ଡି ସମେତ ଆଖପାଖ ଜିଲ୍ଲାର ଛାତ୍ରଛାତ୍ରୀଙ୍କ ଆଶା ଆକାଂକ୍ଷା ପୁରଣ କରିବ । କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଆବଶ୍ୟକ ତଥ୍ୟ ପ୍ରଦାନ କଲେ ୟୁଜିସି ଅଧିନିୟମ ୧୯୫୬ ଧାରା ୧୨-ବି ଅନୁଯାୟୀ ଖୁବଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ । ଏହି ଆର୍ଥିକ ଅନୁଦାନ ବିଶ୍ୱବିଦ୍ୟାଳୟର ଭିତ୍ତିଭୂମିକୁ ମଜବୂତ କରିବ ସହ ଜିଲ୍ଲାର ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ କରିବାରେ ସହାୟକ ହେବ ।