ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ବରିଷ୍ଠ ଅଧିକାରୀଙ୍କ ସହ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ବୈଠକ

ରୁଷା ପ୍ରକଳ୍ପରେ ଆସିଥିବା ଅର୍ଥର କିଭଳି ହୋଇଛି ବିନିଯୋଗ ସେନେଇ ଆଲୋଚନା

179

କନକ ବ୍ୟୁରୋ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ବୈଠକ ଆରମ୍ଭ । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଦାୟିତ୍ୱ ନେବା ପରେ ଏହା ତାଙ୍କର ପ୍ରଥମ ସମୀକ୍ଷା ବୈଠକ । ବୈଠକରେ ଉଚ୍ଚ ଶିକ୍ଷା ବିଭାଗର ବିଭିନ୍ନ ପ୍ରକଳ୍ପର କାର୍ଯ୍ୟକାରିତା ଏବଂ ରୁଷା ପ୍ରକଳ୍ପରେ ଆସିଥିବା ଅର୍ଥର କିଭଳି ବିନିଯୋଗ ହୋଇଛି ତା ଉପରେ ଆଲୋଚନା ।

ବୈଠକରେ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର, ଉଚ୍ଚ ଶିକ୍ଷା ପରିଷଦର ଉପାଧକ୍ଷ ଅଶୋକ ଦାସ ପ୍ରମୁଖ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଅଛନ୍ତି । ପ୍ରଥମ ପର୍ଯ୍ୟାୟରେ ଉଚ୍ଚ ଶିକ୍ଷା ବିଭାଗର ସମୀକ୍ଷା ଏବଂ ପରେ ଗଣଶିକ୍ଷା ବିଭାଗର ସମୀକ୍ଷଶ କରିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଦ୍ୱିତୀୟ ପର୍ଯ୍ୟାୟରେ କେନ୍ଦ୍ରୀୟ ଶିକ୍ଷାନୁଷ୍ଠାନ ବରିଷ୍ଠ ଅଧିକାରୀଙ୍କ ସହ ଭିଡିଓ କନଫରେନ୍ସିରେ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି ।