ଆଜି ଓଡ଼ିଶା ଆସୁଛନ୍ତି ଅମିତ ଶାହା : ଜାତୀୟ ରାଜପଥ ପ୍ରକଳ୍ପର କରିବେ ଶୁଭାରମ୍ଭ; ନବୀନଙ୍କ ସହ ଗୋଟିଏ ମଞ୍ଚରେ ବସିବେ

205

କନକ ବ୍ୟୁରୋ : ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଭାରତୀୟ ବାୟୁସେନାର ସ୍ୱତନ୍ତ୍ର ବିମାନରେ ରାତି ୧୦ଟା ୪୫ରେ ଭୁବନେଶ୍ୱରରେ ପହଞ୍ଚିବେ କେନ୍ଦ୍ର ଗୃହମନ୍ତ୍ରୀ । ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆସିବେ ।

ଆସନ୍ତାକାଲି ଦିନ ୧୧ଟାରେ ଲୋକସେବା ଭବନରେ ଭର୍ଚୁଆଲ ମାଧ୍ୟମରେ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ଉଦ୍ଘାଟନ କାର୍ଯ୍ୟକ୍ରମରେ ଯୋଗଦେବେ । ସୁକିନ୍ଦା-କାମାକ୍ଷାନଗର ଓ ଚଣ୍ଡିଖୋଲ-ଭଦ୍ରକ ଜାତୀୟ ରାଜପଥ ପ୍ରକଳ୍ପର ଶୁଭାରମ୍ଭ ହେବ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଜାତୀୟ ରଜପଥ ଅଧକାରୀମାନେ ଯୋଗଦେବେ । ମଧ୍ୟାହ୍ନ ୧୨ଟାରୁ ସାଢେ ୧୨ଟା ପର୍ଯ୍ୟନ୍ତ ଲୋକସେବା ଭବନରେ ନକ୍ସଲ ଦମନ ପଦକ୍ଷେପ ଓ ପ୍ରକାୃତିକ ବିପର୍ଯ୍ୟୟ ମୁକାବିଲା ସମୀକ୍ଷା ବୈଠକରେ ଯୋଗଦେବେ ।

ଲୋକସେବା ଭବନରେ କାର୍ଯ୍ୟକ୍ରମ ଶେଷ ହେବା ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବୈଠକରେ ଯୋଗଦେବେ ଅମିତ ଶାହା । ମଧ୍ୟାହ୍ନ ଭୋଜନ ପରେ ଅପରାହ୍ଣ ୨ଟାରୁ ୫ଟା ପର୍ଯ୍ୟନ୍ତ ଦଳୀୟ କର୍ମକର୍ତ୍ତା  ଓ ବରିଷ୍ଠ ନେତୃବୃନ୍ଦଙ୍କ ସହ ରୁଦ୍ଧଦ୍ୱାର ବୈଠକ କରିବେ ।