ବାତ୍ୟା ମୁକାବିଲା ନେଇ କେନ୍ଦ୍ର ଗୃହମନ୍ତ୍ରୀ କରିବେ ସମୀକ୍ଷା ବୈଠକ : ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କରିବେ ଆଲୋଚନା

ବୈଠକରେ ସାମିଲ ହେବେ ମୁଖ୍ୟ ଶାସନ ସଚିବ ଓ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସହ ବରିଷ୍ଠ ଅଧିକାରୀ

117

କନକ ବ୍ୟୁରୋ : ବାତ୍ୟା ୟାସର ମୁକାବିଲା ନେଇ ସମୀକ୍ଷା କରିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଦିନ ୧୧ଟାରେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିବେ ବୋଲି ସୂଚନା ମିଳିଛି । ପୂର୍ବ-କେନ୍ଦ୍ରୀୟ ବଙ୍ଗୋପ ସାଗରରେ ବାତ୍ୟାର ରୂପ ନେଇସାରିଛି ୟାସ । ଏହା ଉତ୍ତର, ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଓଡିଶା ଉପକୂଳରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ଥିବାରୁ ରାଜ୍ୟ ସରକାର ବାତ୍ୟା ମୁକାବିଲା ନେଇ ପ୍ରସ୍ତୁତି ଜୋରଦାର କରିଛନ୍ତି । ତେବେ ରାଜ୍ୟ ସରକାରଙ୍କ ପ୍ରସ୍ତୁତିର ସମୀକ୍ଷା କରିବେ କେନ୍ଦ୍ର ଗୃହମନ୍ତ୍ରୀ । ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ସହ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି ।