କନକ ବ୍ୟୁରୋ : ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । କେନ୍ଦ୍ର ସରକାରଙ୍କ ଆତ୍ମନିର୍ଭର ଅର୍ଥବ୍ୟବସ୍ଥା ଓ ବଜେଟ୍ ୨୦୨୨ ପ୍ରସଙ୍ଗରେ କେନ୍ଦ୍ର ମନ୍ତ୍ରୀ ତଥ୍ୟ ଦେବେ । ଏହି ପ୍ରସଙ୍ଗରେ ଦେଶବାସୀଙ୍କୁ ବିସ୍ତୃତ ଭାବେ ଜଣାଇବାକୁ କେନ୍ଦ୍ରମନ୍ତ୍ରୀମାନେ ବିଭିନ୍ନ ରାଜ୍ୟକୁ ଗସ୍ତ କରିବାକୁ ନିଷ୍ପତ୍ତି ହୋଇଛି । ଏହି କ୍ରମରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଓଡ଼ିଶା ଆସୁଛନ୍ତି । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ କରିବେ । ଏହା ପରେ କଟକରେ ବୁଦ୍ଧିଜୀବୀ ସମ୍ମିଳନୀରେ ରଖିବେ ବକ୍ତବ୍ୟ ଅଶ୍ୱିନୀ ବୈଷ୍ଣବ ।

Advertisment