ସଂଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କହିଲେ ଉଜ୍ୱଳ ପ୍ରତିଭାଙ୍କୁ ହରାଇଲା ରାଜ୍ୟ
କନକ ବ୍ୟୁରୋ : ଓଡ଼ିଶାର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ, ଗୀତିକାର ତଥା ଅଭିନେତା ସ୍ୱରୂପ ନାୟକଙ୍କ ବିୟୋଗ ଖବରରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

Kanak News is now on WhatsApp
Join and get latest news updates delivered to you via WhatsApp
ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସଙ୍ଗୀତ ନିର୍ଦ୍ଦେଶନାରେ ସେ ନିଜର ସ୍ୱତନ୍ତ୍ର ପରିଚୟ ତିଆରି କରିଥିଲେ । ବିଶେଷ ଭାବରେ ଓଡ଼ିଆ ଚଳଚ୍ଚିତ୍ର ଓ ସଙ୍ଗୀତ ଜଗତକୁ ତାଙ୍କର ଅବଦାନ ଅନେକ । ତାଙ୍କ ବିୟୋଗରେ ଓଡ଼ିଶା ଜଣେ ଉଜ୍ଜ୍ୱଳ ପ୍ରତିଭାଙ୍କୁ ହରାଇଲା । ଶ୍ରୀ ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।