ପୌର ନିର୍ବାଚନରେ ନିର୍ବାଚିତ ଜନପ୍ରତିନିଧିଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କାର୍ଯ୍ୟକର୍ତ୍ତାମାନଙ୍କର ଅକ୍ଲାନ୍ତ ପରିଶ୍ରମ ପାଇଁ ଜଣାଇଲେ ଧନ୍ୟବାଦ ।

117

କନକ ବ୍ୟୁରୋ: ରାଜ୍ୟରେ ଅନୁଷ୍ଠିତ ପୌର ନିର୍ବାଚନ ଜନାଦେଶକୁ ସମ୍ମାନ ଜଣାଇବା ସହ ନିର୍ବାଚିତ ହୋଇଥିବା ଜନପ୍ରତିନିଧିମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଜେପିକୁ ସମର୍ଥନ କରିଥିବା ରାଜ୍ୟର ମତଦାତାଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିବା ସହ ନିର୍ବାଚନରେ ଦଳର କାର୍ଯ୍ୟକର୍ତ୍ତମାନଙ୍କର ଅକ୍ଳାନ୍ତ ପରିଶ୍ରମ ପାଇଁ ଧନ୍ୟବାଦ ଜଣାଇଛନ୍ତି ।

ଖାଲି ସେତିକି ନୁହେଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ଗଣତନ୍ତ୍ରରେ ନିର୍ବାଚନ ଆମକୁ ନିଜ ଅଧିକାର ସାବ୍ୟସ୍ତ କରିବାକୁ ସୁଯୋଗ ଦେବା ସହ ଏକ ସୁସ୍ଥ ସମାଜ ଗଠନ କରିଥାଏ । “ସବକା ସାଥ-ସବକା ବିକାଶ” ହେଉଛି ମୋଦି ସରକାରଙ୍କ ମୂଳ ମନ୍ତ୍ର । ଆଗାମୀ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନେତୃତ୍ୱରେ ମୋଦି ସରକାରଙ୍କ ଜନକଲ୍ୟାଣକାରୀ କାର୍ଯ୍ୟ ମାଧ୍ୟମରେ ଜନସାଧାରଣଙ୍କ ଆସ୍ଥା ଭାଜନ ହେବା ପାଇଁ ଚେଷ୍ଟା କରିବୁ । ଦଳୀୟ ସଂଗଠନକୁ ସୁଦୃଢ଼ କରିବା ପାଇଁ ଆମ କାର୍ଯ୍ୟକର୍ତାଙ୍କ ପ୍ରୟାସ ଜାରୀ ରହିବ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ।