କନକ ବ୍ୟୁରୋ: ସମ୍ବଲପୁର ଲୋକସଭା ପ୍ରାର୍ଥୀ ଭାବେ ନାଁ ଘୋଷଣା ହେବା ପରେ ପ୍ରଥମେ ଶ୍ରୀମନ୍ଦିର ଓ ପରେ ଲିଙ୍ଗରାଜ ମନ୍ଦିର ଯାଇ ମହାପ୍ରଭୁଙ୍କ ଆଶିଷ ଭିକ୍ଷା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ଗୁଣ୍ଡୁଚି ମୂଷା ପରି ସମ୍ବଲପୁରର ବିକାଶ ପାଇଁ କାମ କରିବେ , ଏହା ସହ ଓଡିଶାର ପରିବର୍ତ୍ତନ ନିଶ୍ଚିତ ବୋଲି କହିଛନ୍ତି ଧର୍ମେନ୍ଦ୍ର । ଏଥର ଡବଲ ଇଞ୍ଜିନ୍ ସରକାର ହେବ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

Advertisment

ଆଜି ସକାଳେ ପ୍ରଥମେ ଧର୍ମପତ୍ନୀ ମୁର୍ଦଳା ଠାକୁରଙ୍କ ସହ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । କେନ୍ଦ୍ରମନ୍ତ୍ରୀଙ୍କ ସହ ଶ୍ରୀମନ୍ଦିର ଆସି ପୁରୀ ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ର ମଧ୍ୟ ଶ୍ରୀଜିଉଙ୍କ ଦର୍ଶନ କରି ଆଶୀର୍ବାଦ ନେଇଥିଲେ । ପୁଣି ଥରେ ପୁରୀ ଲୋକସଭା ପାଇଁ ପ୍ରାର୍ଥୀ କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ସମ୍ବିତ ପାତ୍ର ।