କନକ ବ୍ୟୁରୋ : ପିଡିଏସ୍ ଚାଉଳ ପ୍ରସଙ୍ଗରେ କେନ୍ଦ୍ର ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟରେ ବଣ୍ଟନ ହେଉଥିବା ପିଡିଏସ୍ ଚାଉଳରେ ଅପମିଶ୍ରଣ ଖବରର ତୁରନ୍ତ ତଦନ୍ତ କରିବାକୁ ଅନୁରୋଧ କରିଛନ୍ତି । ଏହା ସହ ପୁଷ୍ଟିଯୁକ୍ତ ଚାଉଳର ବଣ୍ଟନ ବିଷୟରେ ଜନସାଧାରଣଙ୍କୁ ଅବଗତ କରିବା ପାଇଁ ପଦକ୍ଷେପ ନିଆଯାଉ ବୋଲି କହିଛନ୍ତି । ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଏହି ଯୋଜନାର ପ୍ରମୁଖ ଲାଭାର୍ଥୀ ହୋଇଛି ଓଡ଼ିଶା ।

Advertisment

ପ୍ରାୟ ୩ କୋଟି ୨୫ ଲକ୍ଷ ହିତାଧିକାରୀଙ୍କୁ ଏହି ଯୋଜନାରେ ଚାଉଳ ପ୍ରଦାନ କରାଯାଉଛି । ହେଲେ କୋରାପୁଟର ଲମତାପୁଟ, ବାଲେଶ୍ୱର ସଦର ବ୍ଲକ ଓ ସୁନ୍ଦରଗଡ଼ ବଡବାହଲଠାରେ ଦିଆଯାଉଥିବା ଚାଉଳକୁ ନେଇ ଲୋକଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଛି । ପୂର୍ବରୁ ମିଳୁଥିବା ଚାଉଳ ଓ ବର୍ତମାନ ମିଳୁଥିବା ଚାଉଳରେ ପାର୍ଥକ୍ୟ ଥିବା କୁହାଯାଉଛି । ପ୍ଲାଷ୍ଟିକ୍ ଚାଉଳ ବଂଟନ କରାଯାଉଥିବା ଗୁଜବ ସୃଷ୍ଟି ହୋଇଛି । ଏହା ଦ୍ୱାରା ଲୋକଙ୍କ ମଧ୍ୟରେ ସ୍ୱାସ୍ଥ୍ୟକୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଥିବା କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।