ତେବେ ୨ହଜାର ୭୫୦ ବର୍ଗ କିଲୋମିଟରର ବିଶାଳ ଶିମିଳିପାଳ ଅଭୟାରଣ୍ୟ ଆଡକୁ ଦ୍ରୁତ ବେଗରେ ନିଆଁ ମାଡି ଆସୁଛି । ଅଭୟାରଣ୍ୟର ଆଖପାଖ ଜଙ୍ଗଲରେ ସାଙ୍ଘାତିକ ନିଆଁ ଲାଗିଲାଣି । ମୟୂରଭଂଜର ରାଜ ପରିବାର ଏହି ଘଟଣାକୁ ଆଗକୁ ଆଣିଛନ୍ତି । ରାଜକୁମାରୀ ଅକ୍ଷୀତା ମଂଜରୀ ଭଂଜଦେଓ ଟ୍ୱିଟ୍ କରି କହିଛନ୍ତି, ଶିମିଳିପାଳର ସୌନ୍ଦର୍ଯ୍ୟ ନଷ୍ଟ କରିବା ପାଇଁ ଏବଂ ଜୀବଜନ୍ତୁଙ୍କୁ କ୍ଷତି ପହଂଚାଇବା ପାଇଁ, କିଛି ବ୍ୟକ୍ତି ଏଭଳି କାମ କରୁଛନ୍ତି । ତେଣୁ ଉଭୟ କେନ୍ଦ୍ର ସରକାର ଓ ରାଜ୍ୟ ସରକାର ଏଥିପ୍ରତି ଦୃଷ୍ଟି ଦେବା ପାଇଁ ସେ ଅନୁରୋଧ କରିଛନ୍ତି । ରାଜକୁମାରୀଙ୍କ ଟ୍ୱିଟକୁ ରିଟ୍ୱିଟ୍ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଘଟଣାକୁ ଗମ୍ଭୀରତା ଭାବେ ଦୃଷ୍ଟିଗୋଚର କରିଛନ୍ତି ।
ଶିମିଳିପାଳ ଅଗ୍ନିକାଣ୍ଡକୁ ନେଇ ଧର୍ମେନ୍ଦ୍ରଙ୍କ ଟ୍ୱିଟ୍: ବିଭାଗୀୟ ମନ୍ତ୍ରୀଙ୍କୁ ପଦକ୍ଷେପ ନେବାକୁ କଲେ ଅନୁରୋଧ ।
କନକ ବ୍ୟୁରୋ: ଶିମିଳିପାଳ ଅଗ୍ନିକାଣ୍ଡ ଘଟଣାକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉଦବେଗ ପ୍ରକାଶ । ଏନେଇ ଟ୍ୱିଟ୍ କରି ବିଭାଗୀୟ ମନ୍ତ୍ରୀଙ୍କୁ ପଦକ୍ଷେପ ନେବାକୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ  । ଦେଶର ଅନ୍ୟତମ ପ୍ରମୁଖ ଅଭୟାରଣ୍ୟ ଶିମିଳିପାଳରେ ଅଗ୍ନିକାଣ୍ଡ ଉଦବେଗଜନକ କହିଲେ ଧର୍ମେନ୍ଦ୍ର । ଏହାସହ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦୃଷ୍ଟି ଦେବାକୁ ଟ୍ୱିଟ୍ କରି ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg) 
   Follow Us
 Follow Us/kanak/media/post_attachments/wp-content/uploads/2021/03/EvekTulVkAAXIve.jpg)