କେନ୍ଦ୍ରମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଚିଠି । ଭୁବନେଶ୍ୱର ଆଇଏଲଏସ ଠାରେ ସେଣ୍ଟର ଅଫ୍ ଏକ୍ସିଲେନ୍ସ ଅନ୍ ମେରାଇନ୍ ବାୟୋ ଟେକ୍ନୋଲୋଜୀ ପ୍ରତିଷ୍ଠା କରିବାକୁ ଅନୁରୋଧ

82

କନକ ବ୍ୟୁରୋ : ଭୁବନେଶ୍ୱର ସ୍ଥିତ ଲାଇଫ୍ ସାଇନ୍ସ ଇନଷ୍ଟିଚ୍ୟୁଟ୍ (ଆଇଏଲଏସ) ଠାରେ ସେଂଟର ଅଫ୍ ଏକ୍ସିଲେନ୍ସ ଅନ୍ ମେରାଇନ୍ ବାୟୋଟେକ୍ନୋଲୋଜି ପ୍ରତିଷ୍ଠା କରିବା ଦିଗରେ ବ୍ୟକ୍ତିଗତ ହସ୍ତକ୍ଷେପ କରିବା ପାଇଁ କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଧର୍ମେନ୍ଦ୍ର ଉଲ୍ଲେଖ କରିଛନ୍ତି ଯେ, ଅପାର ସମ୍ଭାବନାର ରାଜ୍ୟ ଓଡିଶାରେ ସୁଦୀର୍ଘ ସୁନ୍ଦର ବେଳାଭୂମି ଶତାବ୍ଦୀ ଶତାବ୍ଦୀ ଧରି ରାଜ୍ୟର ଏକ ହଲମାର୍କ ଭାବରେ ପରିଗଣିତ ହୋଇଛି । ମତ୍ସ୍ୟ ଚାଷ, ପର୍ଯ୍ୟଟନ, ବାଣିଜ୍ୟ ଏବଂ ଲଜିଷ୍ଟିକ୍ ତଥା ଆନୁଷାଙ୍ଗିକ କାମରେ ନିୟୋଜିତ ଥିବା ବିଭିନ୍ନ ବର୍ଗର ଲକ୍ଷାଧିକ ଲୋକଙ୍କୁ ଏହି ବେଳାଭୂମି ରୋଜଗାର ଦେଉଛି । ସମୁଦ୍ର ଆଧାରିତ ନୀଳ ଅର୍ଥନୀତି ପାଇଁ ବିଗତ ୬ ବର୍ଷ ଧରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡିଶାର ସୁଦୀର୍ଘ ବେଳାଭୂମି କେନ୍ଦ୍ର ବିନ୍ଦୁରେ ରହିଛି ।

ସେହିପରି ବିଶ୍ୱ ପ୍ରସିଦ୍ଧ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର, କୋଣାର୍କ ସୂର୍ଯ୍ୟ ମନ୍ଦିର, ଚିଲିକା ହ୍ରଦ ଏବଂ ଭିତରକନିକା ଜାତୀୟ ଉଦ୍ୟାନ ଓଡିଶାର ପର୍ଯ୍ୟଟନ ତଥା ଏଭଳି କ୍ଷେତ୍ର ପାଇଁ ଏକ ମେରୁଦଣ୍ଡ ଭାବରେ ପରିଗଣିତ ହୋଇଛି । ପାରାଦୀପ ବନ୍ଦର, ଆଇଓସିଏଲ ପାରାଦୀପ ବିଶୋଧନାଗାର, ପାରାଦୀପ ସ୍ମାର୍ଟ୍ ବନ୍ଦର ସହର ଭଳି ସଂପ୍ରସାରଣ ଓ ଆଧାରିତ ଅର୍ଥନୀତିର ସଠିକ୍ ସମ୍ଭାବନାର ସମ୍ଭାର ଖୋଲିବା କରିବା ସହ ଓଡିଶା ଓ ପୂର୍ବ ଭାରତକୁ ପ୍ରଗତିର ପଥରେ ଆଗେଇ ନେବ । ତେଣୁ ବିଶେଷ ଭାବରେ ଯେତେବେଳେ ଆମେ ସାମୁଦ୍ରିକ ବାୟୋ-ଟେକ୍ନୋଲୋଜି ଜରିଆରେ ନୋଭେଲ୍ ଆପ୍ରୋଚେସକୁ ବିକଶିତ କରୁଅଛେ, ସେହି ସମୟରେ ଏହି ଉକ୍ରୃଷ୍ଟ ସାମୁଦ୍ରିକ ପରିସଂସ୍ଥାନ ଯଥା ଅଲିଭ୍ ରିଡଲେ କଇଁଛଙ୍କ ଅଣ୍ଡାଦେବା ସ୍ଥାନ ଏବଂ ଉପକୂଳ ଅଂଚଳରେ ଥିବା ଗଛ ବିଶେଷ ଭାବରେ ଲୁଣି ହେନ୍ତାଳ ଗଛ ଗୁଡିକର ସଂରକ୍ଷଣ ପାଇଁ ପୁଞ୍ଜିନିବେଶ କରିଯିବା ଏକାନ୍ତ ଆବଶ୍ୟକ ।

ସେହିପରି ପରିବେଶ ସଂରକ୍ଷଣ କ୍ଷେତ୍ର ଗୁଡିକରେ ଭୁବନେଶ୍ୱର ସ୍ଥିତ ଲାଇଫ୍ ସାଇନ୍ସ ଇନଷ୍ଟିଚ୍ୟୁଟ୍ ବିଭିନ୍ନ ଗବେଷଣା ମାଧ୍ୟମରେ ଆଂଚଳିକ ଜୈବ ସମ୍ବଳର ପରିଚାଳନା, ଇକୋ ସଂରକ୍ଷଣ ଉଦ୍ୟମ । ତେଣୁ ଏହାକୁ ଦୃଷ୍ଟିରେ ରଖି ଓଡିଶାର ଉକ୍ରୃଷ୍ଟ ସାମୁଦ୍ରିକ ପରିସଂସ୍ଥାନର ସନ୍ତୁଳନ ଏବା ଏହାର ନୀଳ ଅର୍ଥନୀତିର ଅଭିବୃଦ୍ଧି ପରିପ୍ରେକ୍ଷୀରେ ଏହିସବୁ କ୍ଷେତ୍ର ଗୁଡିକରେ ବୈଜ୍ଞାନିକ ଗବେଷଣା ଉପରେ ଅଧିକ ଧ୍ୟାନଦେବା ନେଇ ପ୍ରୋତ୍ସାହନ ଦେବାର ଆବଶ୍ୟକତା ରହିଛି ବୋଲି କେନ୍ଦ୍ରମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କୁ ପତ୍ର ଲେଖି କହିଛନ୍ତି ।