ସମ୍ବଲପୁରରେ ଶୀତଳ ଷଷ୍ଠୀ ଯାତ୍ରାରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କହିଲେ, ମହାନ ପରମ୍ପରାରେ ସାମିଲ ହୋଇ ନିଜକୁ ମଣୁଛି ସୌଭାଗ୍ୟଶାଳୀ ।

122

କନକ ବ୍ୟୁରୋ :  କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ସମ୍ବଲପୁରରେ ଶିବ-ପାର୍ବତୀ ଦେବଦମ୍ପତ୍ତିଙ୍କ ଅନନ୍ୟ ପରମ୍ପରାର ପର୍ବ ‘ଶୀତଳ ଷଷ୍ଠୀ’ ଯାତ୍ରାରେ ସାମିଲ ହୋଇଛନ୍ତି ।

ଏହି ଅବସରରେ ଧର୍ମେନ୍ଦ୍ର କହିଛନ୍ତି ଯେ ସମ୍ବଲପୁରରେ ଶୀତଳ ଷଷ୍ଠୀ ଉତ୍ସବର ମହାନ୍ ପରମ୍ପରାରେ ସାମିଲ ହୋଇ ନିଜକୁ ସୌଭାଗ୍ୟଶାଳୀ ମନେ କରୁଛି । ଭକ୍ତମାନେ ଆଜି ମହାଦେବ ଓ ମାତା ପାର୍ବତୀଙ୍କ ଯୁଗଳ ମୂର୍ତ୍ତି ଦର୍ଶନ କରୁଛନ୍ତି । ଭାଗ୍ୟରେ ଥିଲେ ଏହି ପର୍ବ ଦେଖିବାକୁ ମିଳିଥାଏ । ଆଗାମୀ ଦିନରେ ଭାରତ ସରକାରଙ୍କ ପ୍ରଚେଷ୍ଟାରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ‘ଶୀତଳ ଷଷ୍ଠୀ’ ପର୍ବକୁ ଆଗକୁ ନେବାର ପ୍ରଚେଷ୍ଟା କରାଯିବ ବୋଲି ସେ କହିଛନ୍ତି ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନନ୍ଦପଡ଼ା, ଝାଡ଼ୁଆପଡ଼ା, ମୁଦିପଡ଼ା ଏବଂ ଏବଂ ବାଲିବନ୍ଧାରେ ‘ଶୀତଳ ଷଷ୍ଠୀ’ ଯାତ୍ରାରେ ସାମିଲ ହୋଇଥିଲେ ।