କନକ ବ୍ୟୁରୋ : କେନ୍ଦ୍ରମନ୍ତ୍ରୀ ଶ୍ରୀପଦ ନାଏକ ଓ ତାଙ୍କ ପତ୍ନୀ ଏକ ସଡକ ଦୁର୍ଘଟଣାର ଶିକାର ହୋଇଛନ୍ତି । ଏଥିରେ ମନ୍ତ୍ରୀ ଗୁରୁତର ଆହତ ହୋଇଥିବା ବେଳେ ପତ୍ନୀଙ୍କ ମୃତ୍ୟୁ ହୋଇଛି । କର୍ଣ୍ଣାଟକର ଅଙ୍କୋଲାରେ ଏହି ଦୁର୍ଘଟଣା ହୋଇଥିଲା । ଦୁର୍ଘଟଣା ପରେ ମନ୍ତ୍ରୀ ଓ ତାଙ୍କ ପତ୍ନୀଙ୍କୁ ଏକ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।

Advertisment

ଡାକ୍ତରଖାନାରେ ଭର୍ତ୍ତି ହେବା ପରେ ବହୁତ ସମୟ ଧରି କେନ୍ଦ୍ର ମନ୍ତ୍ରୀଙ୍କ ପତ୍ନୀ ବେହୋସ ରହିଥିଲେ ହେଲେ ପରେ ସେ ସବୁଦିନ ପାଇଁ ଆଖିବୁଜି ଦେଇଥିଲେ । ଏବେ ଗୁରୁତର ଅବସ୍ଥାରେ ମନ୍ତ୍ରୀଙ୍କୁ ଗୋଆ ସ୍ଥାନାନ୍ତର କରାଯାଇଛି । ମନ୍ତ୍ରୀଙ୍କ ଚିକିତ୍ସା ସୁବିଧା ପାଇଁ ଗୋଆ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ।