ଭୁବନେଶ୍ୱରରେ କେନ୍ଦ୍ର କ୍ରୀଡାମନ୍ତ୍ରୀ ଅନୁରାଗ ଠାକୁର : ସାଙ୍ଗରେ ଅଛନ୍ତି ଧର୍ମେନ୍ଦ୍ର ପ୍ରଧାନ; ବିଭିନ୍ନ କାର୍ଯ୍ୟକ୍ରମରେ ହେବେ ସାମିଲ

117

କନକ ବ୍ୟୁରୋ : ଭୁବନେଶ୍ୱରରେ କେନ୍ଦ୍ର ସୂଚନା ଓ ପ୍ରସାରଣ, ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରୀ ଅନୁରାଗ ଠାକୁର । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ବିଜେପି ପକ୍ଷରୁ ସ୍ୱାଗତ କରାଯାଇଥିଲା ।

ଭୁବନେଶ୍ୱର ବିମାନ ବନ୍ଦରରୁ ଦଳୀୟ କାର୍ଯ୍ୟାଳୟକୁ ଯାଇଛନ୍ତି ଦୁଇ କେନ୍ଦ୍ରମନ୍ତ୍ରୀ । ସେଠାରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କରିବେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ । ଏହା ପରେ ଉକ୍ରଳ ବିଶ୍ୱବିଦ୍ୟାଳୟରେ ନେହେରୁ ଯୁବ କେନ୍ଦ୍ର ସଂଗଠନ ପକ୍ଷରୁ ଆୟୋଜିତ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମରେ ଯୋଗଦେବେ ।

ସେପଟେ, ୪୦ବର୍ଷରେ ପଦାର୍ପଣ କରିବାକୁ ଯାଉଛି ‘ସମ୍ବାଦ’ । ଆଜି ଅପରାହ୍ନରେ ଭୁବନେଶ୍ୱରର ସ୍ୱସ୍ତି ପ୍ରିମିୟମ ହୋଟେଲରେ ଅନୁଷ୍ଠିତ ହେବ ବାର୍ଷିକ ଉତ୍ସବ । କାର୍ଯ୍ୟକ୍ରମକୁ ଉଦଘାଟନ କରିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମୁଖ୍ୟ ଅତିଥି ଭାବେ ସାମିଲ ହେବେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର । ସମ୍ବାଦ ସମ୍ପାଦକ ତନୟା ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ସଭାପତିତ୍ୱ କରିବେ ।