କନକ ବ୍ୟୁରୋ: ଆଠଗଡ଼ ଧବଳେଶ୍ୱରଙ୍କୁ ଦର୍ଶନ କଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଶନିବାର ରାତିରେ ଧବଳେଶ୍ୱର ମନ୍ଦିରରେ ପହଞ୍ଚିିବା ପରେ ସେଠାରେ ଥିବା ଗେଷ୍ଟ ହାଉସରେ ରାତ୍ର ଯାପନ କରିଥିଲେ । ଆଜି ସକାଳ ୮ଟା ବେଳେ ଧବଳେଶ୍ୱରଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ । ରେଳମନ୍ତ୍ରୀଙ୍କ ସହ କଟକ ଜିଲ୍ଲା ବିଜେପି ସଭାପତି ପ୍ରକାଶ ବେହେରାଙ୍କ ସମେତ ବହୁ ବିଜେପି କର୍ମୀ ଉପସ୍ଥିତ ଥିଲେ । ଏହା ପରେ କଟକ ଜିଲ୍ଲାରେ ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ ଅଶ୍ୱିନୀ ବୈଷ୍ଣବ ।
ବାବା ଧବଳେଶ୍ୱରଙ୍କୁ ଦର୍ଶନ କଲେ କେନ୍ଦ୍ର ରେଳମନ୍ତ୍ରୀ । ପରେ କଟକ ଜିଲ୍ଲାର ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଲେ ଅଶ୍ୱିନୀ ବୈଷ୍ଣବ ।
/kanak/media/post_attachments/wp-content/uploads/2024/01/aswini-.jpg)