କାଲି ବନ୍ଦ ରହିବ ବିଶ୍ୱ ବିଦ୍ୟାଳୟ, କଲେଜ । ଭାରତ ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ପଦକ୍ଷେପ ।

223

କନକ ବ୍ୟୁରୋ: ଆସନ୍ତାକାଲି ବନ୍ଦ ରହିବ ବିଶ୍ୱ ବିଦ୍ୟାଳୟ ଓ କଲେଜ । ଭାରତ ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ପଦକ୍ଷେପ ନିଆଯାଇଛି । କଲେଜ ବନ୍ଦ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା । ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଛି । କାଲି କୃଷକ ସାରା ଭାରତରେ ପାଳିବେ ଭାରତ ବନ୍ଦ

ଏନେଇ ଉତ୍କଳ ବିଶ୍ୱବିଦ୍ୟାଳୟରେ ମଧ୍ୟ ସମସ୍ତ ପରୀକ୍ଷା ବାତିଲ କରାଯାଇଛି । +୩ର ପଞ୍ଚମ ସେମିଷ୍ଟାରକୁ ପରୀକ୍ଷା ଘୁଞ୍ଚାଇ ଦିଆଯାଇଛି । ଏହି ପରୀକ୍ଷା ୩୦ ତାରିଖରେ ହେବା ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ସୂଚନା ମିଳିଛି

କେନ୍ଦ୍ର ସରକାରଙ୍କ ଦ୍ୱାରା ପାରିତ ୩ ଟି କୃଷି ବିଲକୁ ବିରୋଧ କରି କୃଷକ ମାନେ ଆନ୍ଦୋଳନ ଜାରି ରଖିଛନ୍ତି । ଆସନ୍ତା କାଲି ଏହି ଆନ୍ଦୋଳନକୁ ୪ ମାସ ପୁରିବାକୁ ଯାଉଥିବା ବେଳେ ଭାରତ ବନ୍ଦର ଡାକରା ଦେଇଛି ସଂଯୁକ୍ତ କିଷାନ ମୋର୍ଚ୍ଚା । ଆସନ୍ତା କାଲି ସକାଳ ୬ ରୁ ସନ୍ଧ୍ୟା ୬ ଟା ଯାଏ ଏହି ବନ୍ଦ ପାଳନ କରାଯିବ । ବନ୍ଦ ବେଳେ ପୁରା ଦେଶରେ ସଡକ, ରେଳ ପରିବହନ ସହ ବଜାର ବନ୍ଦ ରହିବ ବୋଲି କୁହାଯାଇଛି ।